PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଜୁଲାଇ ୫ରେ ମାଟ୍ରିକ ରେଜଲ୍ଟ ! ଆସନ୍ତାକାଲିି ବୋର୍ଡ ପକ୍ଷରୁ ହୋଇପାରେ ଘୋଷଣା

କଟକ ୦୩/୦୭: ଜୁଲାଇ ୫ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ। ଏନେଇ ସୋମବାର ବିଧିବଦ୍ଧ ଭାବେ ମାଧ୍ୟମିକ ବୋର୍ଡ ପକ୍ଷରୁ ଘୋଷଣା କରାଯାଇପାରେ। ଏହାର କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ।

ଅନ୍ୟପଟେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ସୂଚନା ମୁତାବିକ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।