ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ମାଲ୍ୟବନ୍ତ ମହୋତ୍ସବ ପାଇଁ ଗଣଦୌଡ଼

Published By : Suraj Kumar | December 10, 2024 7:20 PM

ମାଲକାନଗିରି, ୧୦/୧୨ (ଆପ୍ର ):ମାଲ୍ୟବନ୍ତ ମହୋତ୍ସବ ନେଇ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଅଛି। ଏମଭି-୧୧ ଗ୍ରାମରୁ ମାଲକାନଗିରି ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଏହି ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ  ଯୋଗ ଦେଇ ପତାକା ଦେଖାଇ ମାରାଥନର ଶୁଭାରମ୍ଭ କରିଥିଲେ। 

ମାଲ୍ୟବନ୍ତ ମହୋତ୍ସବ ଅବସରରେ ଯେଉଁ ମିନି ମାରାଥନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ ହେଉଛି ତାହା କ୍ରୀଡ଼ା ପ୍ରେମୀଙ୍କ ପାଇଁ ଏକ ବିଶେଷ ସୁଯୋଗ। ନିଜର ପ୍ରତିଭାକୁ ପ୍ରଦର୍ଶନ କରିବା ସହ ଶାରୀରିକ ବିକାଶରେ ମଧ୍ଯ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସୁସ୍ଥ ଶରୀର ହିଁ ମାନସିକ ବିକାଶ ତଥା ଜଣେ ବ୍ୟକ୍ତିର ସର୍ବାଙ୍ଗୀନ ଉନ୍ନତି ଦିଗରେ ସାହାଯ୍ୟ କରିଥାଏ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ପାଳ ବେଦବର ପ୍ରଧାନ,ସୀମା ସୁରକ୍ଷା ବଳ ମାଲକାନଗିରି ମୁଖ୍ୟାଳୟ ଡେପୁଟି କମାଣ୍ଡାଣ୍ଟ ଶୁଭଞ୍ଜନ ମହାପାତ୍ର ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଉପସ୍ଥିତ ଥିଲେ। ଜିଲ୍ଲା କ୍ରୀଡା ଅଧିକାରୀ ମାଧବ ପାଙ୍ଗିଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମକୁ ଆୟୋଜନ କରାଯାଇଥିଲା । ଏଥିରେ ସୀମା ସୁରକ୍ଷା ବଳ ପୋଲିସ, ସ୍ଥାନୀୟ ପୋଲିସ, ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ଅର୍ଥାତ୍ ପ୍ରାୟ ୫୦୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଜିଲ୍ଲା କ୍ରୀଡା ବିଭାଗର କର୍ମଚାରୀଙ୍କ ସହଯୋଗରେ ଏହା ପରିଚାଳିତ ହୋଇଥିଲା । ଯେଉଁମାନେ କୃତକାର୍ଯ୍ୟ ହେଲେ ସେମାନଙ୍କୁ ମାଲ୍ୟବନ୍ତ ମହୋତ୍ସବରେ ସମ୍ମାନୀତ କରାଯିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.