ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ, ୨୦ କିଲୋମିଟର ଅଞ୍ଚଳକୁ ନୋ ଫିସିଙ୍ଗ ଜୋନ୍‌ ଘୋଷିତ

Published By : Harapriya Sethi | February 17, 2025 8:05 AM

ଭୁବନେଶ୍ୱର,୧୭/୦୨: ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡ୍‌ଲେ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଦେଖିବାକୁ ମିଳିଛି । ପାଗର ଅନୁକୂଳ ଅବସ୍ଥା ଯୋଗୁଁ ଏବଂ ଦକ୍ଷିଣା ପବନ ବୋହିବା ଫଳରେ ବର୍ତ୍ତମାନ ଏହି ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବନ ବିଭାଗ ତରଫରୁ ସୂଚନା ମିଳିଛି । 

ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡ୍‌ଲେ କଇଁଛମାନେ ଉପରକୁ ଉଠିଆସି ଗଣଅଣ୍ଡା ଦାନ କରୁଥିବା ଦେଖିବାକୁ ମିଳିଛି । ଫଳରେ ଏହାକୁ ନେଇ ବନ ବିଭାଗ, ପର୍ଯ୍ୟଟକ, ପରିବେଶବିତ୍‌ ମହଲରେ ଆନନ୍ଦର ଲହରି ଖେଳିଯାଇଛି । କିଭଳି ଭାବେ ସୁରକ୍ଷିତ ଗଣ ଅଣ୍ଡାଦାନ ହୋଇପାରିବ, ସେନେଇ ବନ ବିଭାଗ ପକ୍ଷରୁ ପୂର୍ବରୁ ୫ କିମି ପ୍ରଯ୍ୟନ୍ତ ବ୍ୟାରିକେଟ ଦିଆଯାଇଛି । ଅଣ୍ଡାଦାନ ପାଇଁ ପରିବେଶ ଅନୁକୂଳ ରହିଛି । ପ୍ରତ୍ୟେକ କଇଁଛ ପ୍ରାୟ ୧୨୦ରୁ ଅଧିକ ଅଣ୍ଡାଦେବା ପରେ ବାଲିରେ ପୋତି ସମୁଦ୍ର ମଧ୍ୟକୁ ଫେରିଯାଇଥାନ୍ତି । ଅଣ୍ଡା ଦେବାର ୪୫ ଦିନ ପରେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ରକୁ ଯାଇଥାନ୍ତି । ବନ ବିଭାଗ କର୍ମଚାରୀମାନେ ସାମୁଦ୍ରିକ କଇଁଛ ସୁରକ୍ଷିତ ସମେତ ଗଣ ଅଣ୍ଡାଦାନ ଉପରେ ଦୃଷ୍ଟି ରଖିଛନ୍ତି । ୨୦୨୪ ରେ ଗଣ ଅଣ୍ଡାଦାନ ହୋଇନଥିବା ବେଳେ ଚଳିତ ବର୍ଷ ଏହି ଗଣ ଅଣ୍ଡାଦାନ ହେଉଥିବା ଦେଖିବାକୁ ମିଳିଛି । କଇଁଛଙ୍କ ଆଗମନ ଓ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହେବା ନେଇ ନଭେମ୍ବର ୧ ମେ ୩୧ ପ୍ରଯ୍ୟନ୍ତ ଆର୍ଯ୍ୟପଲ୍ଲୀରୁ ପ୍ରୟାଗି ୨୦ କିମି ଅଞ୍ଚଳକୁ ସମୁଦ୍ରରେ ନୋ ଫିସିଙ୍ଗ ଜୋନ୍‌ ଘୋଷଣା କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.