ନୂଆଦିଲ୍ଲୀ : ଦିଲ୍ଲୀର ସଙ୍ଗମ ବିହାର ଅଞ୍ଚଳରେ ଏକ ଚାରି ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପୋଲିସର ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଏହି ସମୟରେ ଅନେକ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଦୁଇଜଣ ମହିଳା ଅଛନ୍ତି। ଘଟଣାଟି ସନ୍ଧ୍ୟା ପ୍ରାୟ ସାଢ଼େ ୫ଟା ବେଳେ ଘଟିଥିବା ଜଣାପଡ଼ିଛି।
ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ପରେ ତୁରନ୍ତ ଅନେକ ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା। ରାତି ପ୍ରାୟ ୮ଟାରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଆହତ ମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ତଦନ୍ତ ଜାରି ରହିଛି।
ପୋଲିସର ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରୁ ଜଣେ କୋଠାର ମାଲିକ ସତେନ୍ଦ୍ର ବୋଲି ଚିହ୍ନଟ କରାଯାଇଛି। ଘଟଣାରେ ମୃତ୍ୟୁବରଣ କରିଥିବା ଅନ୍ୟ ଦୁଇ ଜଣଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ।