ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

landslide in China: ଚୀନର ସିଚୁଆନ୍ ପ୍ରଦେଶରେ ଭୟଙ୍କର ଭୂସ୍ଖଳନ; ୩୦ରୁ ଅଧିକ ଲୋକ ନିଖୋଜ, ଜାରି ରହିଛି ଉଦ୍ଧାରକାର୍ଯ୍ୟ

Published By : Bijay Swain | February 8, 2025 9:09 PM

Image courtesy: hindustantimes

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଚୀନର ସିଚୁଆନ୍ ପ୍ରଦେଶରେ ଭୟଙ୍କର ଭୂସ୍ଖଳନ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୧୦ରୁ ଅଧିକ ଘର ମାଟିତଳେ ପୋତି ହୋଇଯାଇଥିବା ବେଳେ ଶହ ଶହ ଲୋକ ନିଜ ଘର ଛାଡିବାକୁ ବାଧ୍ୟ ହୋଇଛନ୍ତି। ଏହି ଦୁର୍ଘଟଣାରେ ୩୦ ଜଣରୁ ଅଧିକ ଲୋକ ନିଖୋଜ ହୋଇଯାଇଛନ୍ତି ବୋଲି ଖବର ପ୍ରକାଶ ପାଇଛି। ତେବେ ଏନେଇ ସୂଚନା ମିଳିବା ପରେ ଉଦ୍ଧାର କର୍ମଚାରୀମାନେ ନିଖୋଜ ଥିବା ଲୋକମାନଙ୍କୁ ଖୋଜିବା ଆରମ୍ଭ କରିଦେଇଛନ୍ତି। 

ଚାଇନାର ଜରୁରୀକାଳୀନ ପରିଚାଳନା ମନ୍ତ୍ରଣାଳୟ ଅଗ୍ନିଶମ କର୍ମଚାରୀଙ୍କ ସମେତ ଶହ ଶହ ଉଦ୍ଧାର କର୍ମଚାରୀଙ୍କୁ ଏହି ଅପରେସନରେ ସାମିଲ କରିଛି। ଗଣମାଧ୍ୟମ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବା ବେଳେ ପ୍ରାୟ ୨୦୦ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ଆପଣଙ୍କୁ କହିରଖୁ ଯେ ଏହି ଦୁର୍ଘଟଣା ପରେ ଚାଇନାର ଜାତୀୟ ବିକାଶ ଏବଂ ସଂସ୍କାର ଆୟୋଗ ଜରୁରୀକାଳୀନ ପୁନରୁଦ୍ଧାର ପାଇଁ ୫୦ ମିଲିୟନ୍ ୟୁଆନ୍ (୬.୯ ମିଲିୟନ୍ ଆମେରିକୀୟ ଡଲାର୍) ଆବଣ୍ଟନ କରିଛି।

ଗତ କିଛି ମାସ ହେବ ପାହାଡରୁ ପଥର ଖସୁଥିଲା ଏବଂ ବେଳେବେଳେ ବାଣ ଫୁଟିଲା ଭଳି ପ୍ରଚଣ୍ଡ ଶବ୍ଦ ଶୁଣାଯାଉଥିଲା ବୋଲି ଗ୍ରାମବାସୀ ମାନେ ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଭୂବିଜ୍ଞାନୀମାନେ ଏହି ଅଞ୍ଚଳ ଯାଞ୍ଚ କରି ବିପଦ ସମ୍ପର୍କରେ ଚେତାବନୀ ଦେଇଥିଲେ ବୋଲି ଚାଇନାର ସରକାରୀ ଗଣମାଧ୍ୟମ ରିପୋର୍ଟ ପ୍ରଦାନ କରିଛି।

ଏହି ବିପର୍ଯ୍ୟୟକୁ ନେଇ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଉଦ୍ବେଗ ପ୍ରକାଶ କରିଛନ୍ତି। ନିଖୋଜ ଲୋକଙ୍କୁ ଖୋଜିବା ଏବଂ ମୃତକଙ୍କ ସଂଖ୍ୟା ହ୍ରାସ କରିବା ପାଇଁ ସମସ୍ତ ଉଦ୍ୟମ କରିବାକୁ ସେ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚାଇନାର ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଭୈାଗଳିକ ବିପଦର ଯାଞ୍ଚ କରିବା ସହ ବିପଦରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.