ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୫୧ ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ଆରମ୍ଭ, ୧୧ହଜାର ୮ଶହ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ

Published By : Rasmita Pradhan | March 19, 2025 12:58 PM

ଭୁବନେଶ୍ଵର, ୧୯/୦୩ : ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ। ରାଜ୍ୟର ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ୧୧ହଜାର ୮ଶହ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ପ୍ରତି ମୂଲ୍ୟାୟନ କେନ୍ଦ୍ରରେ ୧୦ଜଣ ଲେଖାଏଁ ମୂଲ୍ୟାୟନକାରୀଙ୍କୁ ରିଜର୍ଭରେ ରଖାଯାଇଛି। 

ସୂଚନାନୁଯାୟୀ, ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀ ଫର୍ମ ଫିଲପ କରିଥିଲେ। ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ହୋଇଥିଲା । ଗତ ମାସ ୨୧ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା। ଯାହା ଚଳିତ ମାସ ୬ ତାରିଖରେ ଶେଷ ହୋଇଛି। ବୋର୍ଡର ପୂର୍ବ ନିଷ୍ପତ୍ତି ମୁତାବକ ଆଜିଠାରୁ ମୂଲ୍ୟାୟନ କାମ ଆରମ୍ଭ ହୋଇଛି। ଯାହା ତ୍ରୁଟିଶୂନ୍ୟ ଭାବେ କରିବା ଲାଗି ସମସ୍ତ ବନ୍ଦୋବସ୍ତ କରାଯାଇଛି। ତେବେ ବିଜ୍ଞାନ ପରୀକ୍ଷା ବେଳେ ସି ସେଟ୍ ସବଜେକଟିଭ୍‌ରେ ୪ ନମ୍ବର ମିସ୍‌ପ୍ରିଣ୍ଟ୍ ରହିଥିଲା। ଯାହା ଉପରେ ଗ୍ରେସ୍ ମାର୍କ ମିଳିବ କି ନାହିଁ ତାହା ଏଯାଏଁ ସ୍ଥିର ହୋଇନି। ଏ ସମ୍ପର୍କରେ ମାଧ୍ୟମିକ ଶିକ୍ଷା ପରିଷଦର କଣ୍ଡକ୍ଟ କମିଟି ନିଷ୍ପତ୍ତି ନେବ ବୋଲି ପୂର୍ବରୁ କୁହାଯାଇଛି। ଉକ୍ତ ନିର୍ଦେଶନାମା ଆସିବା ପରେ ଯାହା କିଛି ପଦକ୍ଷେପ ନିଆଯିବ ବୋଲି ଖାତା ଦେଖା କାର୍ଯ୍ୟରେ ନିୟୋଜିତ ଶିକ୍ଷକ କହିଛନ୍ତି।

ଏହି ଖବରଟିକୁ ପଢନ୍ତୁ-କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ୨ମୃତ, ଦୁଇ ଆହତ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.