ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମାଟ୍ରିକ୍‌ ଖାତା ମୂଲ୍ୟାୟନ ଶେଷ: ଟାବୁଲେସନ୍‌ ପାଇଁ ପ୍ରସ୍ତୁତ ବୋର୍ଡ଼, ମେ' ମାସ ପ୍ରଥମ ସପ୍ତାହରେ ରେଜଲ୍ଟ

Published By : Prameya | April 8, 2025 8:59 AM

କଟକ,୦୮/୦୪: ମାଟ୍ରିକ୍‌ ଖାତା ମୂଲ୍ୟାୟନ ଶେଷ ହୋଇଛି । କେବଳ କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର  ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି । ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା  ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍‌ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । 

ଟାବୁଲେସନ୍‌ କିପରି ତ୍ରୁଟିଶୂନ୍ୟ ହେବ ସେଥିଲାଗି ବୋର୍ଡ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଇଛନ୍ତି । ଏଥିଲାଗି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହିତ କର୍ତ୍ତୃପକ୍ଷ ସମୀକ୍ଷା କରିଛନ୍ତି । ଟାବୁଲେସନ୍‌ ପରେ ପରୀକ୍ଷା ଫଳ ପ୍ରସ୍ତୁତ ଲାଗି ପ୍ରୋସେସିଂ କରାଯିବ । ମେ ମାସ ପ୍ରଥମ ସପ୍ତାହରେ ଫଳ ପ୍ରକାଶନ  ଲାଗି ସମୟ ଧାର୍ଯ୍ୟ ରହିଥିବାରୁ ଟାବୁଲେସନ୍‌ ଓ ମାର୍କ ପ୍ରୋସେସିଙ୍ଗ୍‌ କାର୍ଯ୍ୟ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଶେଷ କରିବାକୁ ଧାର୍ଯ୍ୟ ରଖିଛନ୍ତି । ରୋଲ୍‌ ନମ୍ବର ଆଧାରରେ ମାର୍କ ପ୍ରୋସେସିଂ କାର୍ଯ୍ୟ ପରେ ସାର୍ଟିଫିକେଟ୍‌ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହେବ । ଫଳ ପ୍ରକାଶ ମାତ୍ରେ ଡିଜିଟାଲ୍‌ ସାର୍ଟିଫିକେଟ୍‌ ୱେବ୍‌ସାଇଟ୍‌ରେ ଉପଲବ୍ଧ କରାଇବା ପାଇଁ ବ୍ୟବସ୍ଥା ଥିବାରୁ ଶେଷ ସପ୍ତାହ ମଧ୍ୟରେ ସାର୍ଟିଫିକେଟ୍‌ ପ୍ରସ୍ତୁତି କାର୍ଯ୍ୟ ସାରିବା ପାଇଁ କର୍ତ୍ତୃପକ୍ଷ ଲକ୍ଷ୍ୟ ରଖିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.