ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଜୁଲାଇ ୧ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା, ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ

Published By : Rasmita Pradhan | May 21, 2025 11:32 AM

Image source : Education Bytes

କଟକ, ୨୧/୦୫ : ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁଲାଇ ୧ ତାରିଖରୁ ଆରମ୍ଭ ହେବ । ୬ଟି ବିଷୟରେ ହେବାକୁ ଥିବା ଏହି ପରୀକ୍ଷା ୧ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୧ଟା ୩୦ରେ ଶେଷ ହେବ । କେବଳ ଗଣିତ ପରୀକ୍ଷା ପାଇଁ ଅତିରିକ୍ତ ୧୫ ମିନିଟ୍‌ ଦିଆଯାଇଥିବାରୁ ଏହା ୧୧ଟା ୪୫ରେ ଶେଷ ହେବ । ୧ ତାରିଖ ଦିନ ପ୍ରଥମ ଭାଷା ଓଡ଼ିଆ ବିଷୟ ପରୀକ୍ଷା ରହିଛି । ସେହିପରି ୨ ରେ ସାମାଜିକ ବିଜ୍ଞାନ, ୪ ରେ ଗଣିତ, ୭ ରେ ଇଂଗ୍ରାଜୀ, ୯ ରେ ସାଧାରଣ ବିଜ୍ଞାନ, ୧୦ ରେ ହିନ୍ଦି, ସଂସ୍କୃତ ପରୀକ୍ଷା ରହିଛି । 

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା (ଏସ୍‌ଓଏସ୍‌ସି) ମଧ୍ୟ ଏକ ସମୟରେ ହେବ । ଏହି ପରୀକ୍ଷାରେ କେବଳ ହୋମ୍‌ ସାଇନ୍ସ ଥିଓରି ଗୋଟିଏ ଦିନ ଆଗରୁ ଅର୍ଥାତ୍‌ ଜୁନ୍‌ ୩୦ ତାରିଖରେ ହେବ । ଜୁଲାଇ ୧ ରେ ଓଡ଼ିଆ, ୨ ତାରିଖରେ ସାମାଜିକ ବିଜ୍ଞାନ, ୩ରେ ଇଣ୍ଡିଆନ୍‌ କଲଚର୍‌ ଆଣ୍ଡ୍‌ ହେରିଟେଜ୍‌, ୪ରେ ଗଣିତ, ୬ରେ ହୋମ୍‌ ସାଇନ୍ସ ପ୍ରାକ୍ଟିକାଲ, ୭ରେ ଇଂରାଜୀ, ୮ରେ ପେଣ୍ଟିଙ୍ଗ୍‌ ଥିଓରି ଓ ପେଣ୍ଟିଙ୍ଗ୍‌ ପ୍ରାକ୍ଟିକାଲ, ୯ରେ ବିଜ୍ଞାନ ଏବଂ ୧୦ ତାରିଖରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ହେବ ବୋଲି ପରୀକ୍ଷା ସୂଚୀ ପ୍ରକାଶ ପାଇଛି । ୨୦୨୫ ମାଟ୍ରିକ୍‌ ପରୀକ୍ଷାରେ ଅନୁପସ୍ଥିତ, ଫେଲ୍‌ ଓ ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀଙ୍କୁ କୃତକାର୍ଯ୍ୟ ହେବା ଲାଗି ସପ୍ଲିମେଣ୍ଟାରୀ ପରୀକ୍ଷା ସୁଯୋଗ ରହିଛି । ଏଥିଲାଗି ଗତ ୧୪ ତାରିଖରୁ ଫର୍ମ ପୂରଣ ଆରମ୍ଭ ହୋଇଛି । ଆବେଦନର ଶେଷ ସମୟ ଆସନ୍ତା ୨୬ ତାରିଖ ରହିଛି । ପରୀକ୍ଷା ଦେବା ପାଇଁ ଇଚ୍ଛୁକ ପ୍ରାର୍ଥୀମାନେ ବିଦ୍ୟାଳୟ ସ୍ତରରେ ପ୍ରଧାନ ଶିକ୍ଷକଙ୍କ ଜରିଆରେ ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.