ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ଆଉ କିଛି ଘଣ୍ଟାର ଅପେକ୍ଷା, ପ୍ରକାଶ ପାଇବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ରେଜଲ୍ଟ

Published By : Harapriya Sethi | August 16, 2025 10:03 AM

କଟକ, ୧୬/୦୮: ଶନିବାର ପ୍ରକାଶ ପାଇବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ରେଜଲ୍ଟ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା ଫଳ ମଧ୍ୟ ଆଜି ବାହାରିବ । ମଧ୍ୟାହ୍ନ ସାଢ଼େ ୧୨ଟାରେ ପ୍ରକାଶ ପାଇବ ଫଳାଫଳ। ଜୁଲାଇ ୧୪ ତାରିଖରୁ ଖାତା ଦେଖା ହୋଇ ୨୦ ତାରିଖ ସୁଦ୍ଧା ଖାତା ଦେଖା ଶେଷ କରିବା ସହିତ ଦୁଇ ସପ୍ତାହ ମଧ୍ୟରେ ଏହାର ରେଜଲ୍ଟ ପ୍ରୋସେସିଂ ହୋଇଥିଲା।

ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ପାସ୍ କରିଥିଲେ । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି। ଜୁଲାଇ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.