ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଟିକେଟ୍‌ ନମଳିବାରୁ ବିଷ ପିଇ ଦେଇଥିଲେ ସାଂସଦ, ହୃଦଘାତରେ ଗଲା ଜୀବନ

Image Courtesy: indiatoday

ଚେନ୍ନାଇ: ତାମିଲନାଡୁର ଇରୋଡ ସାଂସଦ ଏବଂ ଏମ୍‌ଡିଏମ୍‌କେ ନେତା ଏ. ଗଣେଶମୂର୍ତ୍ତିଙ୍କର ଆଜି ଭୋର ପ୍ରାୟ ୫ଟା ବେଳେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି ବୋଲି ନ୍ୟୁଜ ଏଜେନ୍ସି ଏଏନଆଇରେ ଖବର ପ୍ରକାଶ ପାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । ଚଳିତ ଲୋକସଭା ନିର୍ବାଚନ ପାଇଁ ଟିକେଟ ନମିଳିବାରୁ ସେ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଆଉ ଆଜି ତାଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । 

 ଗତ ରବିବାର ଏ. ଗଣେଶମୂର୍ତ୍ତି କୀଟନାଶକ ପିଇ ଦେଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଇରୋଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କୋଏମ୍ବାଟୁର ସ୍ଥାନାନ୍ତର କରାଯାଇଥିଲା । ସେଠାରେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ କୌଣସି ସୁଧାର ଆସି ନଥିଲା । ଆଉ ଆଜି ତାଙ୍କର ପରଲୋକ ହୋଇଛି । ଏ. ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା । ତାଙ୍କ ବଦଳରେ ଏମ୍‌ଡିଏମ୍‌କେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି । 

 ଉଭୟ ଏମ୍‌ଡିଏମ୍‌କେ ଓ ଡିଏମ୍‌କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି । ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏ. ଗଣେଶମୂର୍ତ୍ତି । ଏହା ପରେ ସେ କୀଟନାଶକ ପିଇ ଦେଇଥିଲେ । କୀଟନାଶକ ପିଇ ଦେଇଥିବା କଥା ସେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ ବୋଲି ଜଣାପଡ଼ିଛି । ସେପଟେ ବ୍ୟବଚ୍ଛେଦ ପରେ ଗଶେଶମୂର୍ତ୍ତିଙ୍କ ମୃତଦେହକୁ ଇରୋଡର କୁମାରବାଲାସୁ ଗାଁକୁ ନିଆଯାଇଛି । ଗଣେଶମୂର୍ତ୍ତି ପ୍ରଥମେ ୧୯୯୮ରେ ପଲାନି ଆସନରୁ ସାଂସଦ ଭାବରେ ନିର୍ବାଚିତ ହୋଇଥିଲେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.