ପ୍ରମୂଖ ଖବର
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ ପାଇଁ ନୀତି ନିର୍ଦ୍ଧାରଣ ବୈଠକ

 କୋଣାର୍କ,୬।୨(ଆପ୍ର) ଆସନ୍ତା ଫେବୃୟାରୀ ୧୬ ତାରିଖ(ଗୁରୁବାର ରାତି)ରେ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼। ଏଥି ନିମନ୍ତେ ମଙ୍ଗଳବାର ଅପରାହ୍ନରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ନୀତି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଛି। ପଞ୍ଜିକାନୁଯାୟୀ ମାହେନ୍ଦ୍ରବେଳାରେ ତିନି ଠାକୁରଙ୍କ ଚନ୍ଦ୍ରଭାଗା ତୀର୍ଥକୁ ଶୋଭାଯାତ୍ରା ଓ ସ୍ନାନ ନୀତି ନିର୍ଘଣ୍ଟ ନିର୍ଦ୍ଧାରଣ ହୋଇଛି। 

ନିଷ୍ପତ୍ତି ଅନୁଯାୟୀ ଫେବୃୟାରୀ ୧୫ତାରିଖ ମାଘ ଶୁକ୍ଳ ଷଷ୍ଠୀ ରାତି ୯ଟାରୁ ମାଧିପୁର ଗ୍ରାମର ଶ୍ରୀଶ୍ରୀ ତ୍ରିବେଣୀଶ୍ବର,ସନ୍ଥପୁର ଗ୍ରାମର ଇଷାଣେଶ୍ବର,କୁରୁଜଙ୍ଗ ଗ୍ରାମର ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ନିଜ ନିଜ ଆସ୍ଥାନରୁ ବାହାରି ବିମାନ ବିଜେ କରିବେ। ତିନିଠାକୁର ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି କୋଣାର୍କ ଏନଏସି ମଣ୍ଡପ, ତହସିଲ କାର୍ଯ୍ୟାଳୟ,ଆଇବି ପରିସରରେ ପୂଜାର୍ଚ୍ଚନା କରାଯିବ। ରାତି୩ଟା ସୁଧା ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଁଚିବେ। ଏଠାରେ ପାରମ୍ପରିକ ରୀତିନୀତିରେ ଚଳନ୍ତି ପ୍ରତିମାଙ୍କ ପୂଜାହୋମ କର୍ମ ସମ୍ପାଦନ ସରିଲେ ୧୬ତାରିଖ ସପ୍ତମୀ ତୀଥିରେ ମାହେନ୍ଦ୍ରବେଳା ୪ଟା୩୪ ମଧ୍ୟରେ ପବିତ୍ର ତୀର୍ଥ ଜଳରେ ତିନିଠାକୁର ସ୍ନାନ କରିବେ। ପରେ ସାଧୁସନ୍ଥ ଓ ଅପେକ୍ଷାରତ ଶ୍ରଦ୍ଧାଳୁମାନେ ସ୍ନାନ କରିବାର ସୁଯୋଗ ପାଇବେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କୋଣାର୍କ ଏନଏସି ଅଧ୍ୟକ୍ଷା ସଂଯୁକ୍ତା ତ୍ରିପାଠୀ, ଉପାଧ୍ୟକ୍ଷ ସୁରେଶ ଚନ୍ଦ୍ର ରାଉତରାୟ , ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା  ଧଳ,ତିନି ଠାକୁରଙ୍କ ସେବାୟତ,ନିମାପଡା ଏସଡିପିଓ ପ୍ରଭାତ କୁମାର ମଲ୍ଲିକ,କୋଣାର୍କର ସମସ୍ତ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

ଆହୁରି ପଢନ୍ତୁ : ସକାଳ ୭ରୁ ରାତି ୯ ଟା ପର୍ଯ୍ୟନ୍ତ ବାଲି ପରିବହନ ହୋଇପାରିବନି : ହାଇକୋର୍ଟ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.