ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ବିଜେପି ଅଫିସ୍ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ; ପ୍ରୟାସକାନ୍ତିଙ୍କ ସହ ଭଦ୍ରକ ବିଧାୟକ ଏବଂ ଜିଲ୍ଲାପାଳଙ୍କ ଆଲୋଚନା

Published By : Manash Sahoo | August 1, 2025 11:42 AM

ଭଦ୍ରକ, ୦୧/୦୮: ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ନେଇ ରାଜନୀତି ଜୋର୍ । ଗୁରୁବାର ପ୍ରୟାସକାନ୍ତି ଭାରତୀୟ ଜନତା ପାର୍ଟିର ରାଜ୍ୟ କାର୍ଯ୍ୟାଳୟକୁ ଯାଇଥିଲେ । ସେଠାରେ ବରିଷ୍ଠ ନେତାଙ୍କ ସହିତ ଆଲୋଚନା କରିଥିବା ଚର୍ଚ୍ଚା ହେଉଛି । ବିଜେପି ଅଫିସକୁ ଯାଇଥିବାର ଭିଡିଓ ମଧ୍ୟ ଭାଇରାଲ୍ ହେଉଛି । ଏହା ପରେ ସେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଏବଂ ଜିଲ୍ଲାପାଳ ଦିଲ୍ଲୀପ ରାଉତରାଏଙ୍କ ସହିତ ଦୀର୍ଘ ଘଣ୍ଟା ଧରି ରୁଦ୍ଧଦ୍ବାର ବୈଠକ କରିଥିଲେ । ଜିଲ୍ଲାପାଳଙ୍କ ଅଫିସରେ ହୋଇଥିବା ଆଲୋଚନାକୁ ଭଦ୍ରକ ବିଧାୟକ ମାନିଥିବା ବେଳେ ପ୍ରୟାସକାନ୍ତି ବିଜେପି ଅଫିସ ଯାଇଥିବା କଥାକୁ ଖଣ୍ଡନ କରିଛନ୍ତି ସିତାଂଶୁ ଶେଖର ମହାପାତ୍ର । ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବରପଦା ଇଞ୍ଜିନିୟରିଂ କଲେଜ ବିଷୟରେ ତାଙ୍କ ସହିତ ଆଲୋଚନା ହୋଇଥିଲା । 

ସୂଚନା ଅନୁଯାୟୀ, ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ମେ’ ୨୮ ତାରିଖରେ ବିଜୁ ଜନତା ଦଳର ପ୍ରଥମିକ ପଦରୁ ଇସ୍ତଫା ଦେଇଥିଲେ । ସେ ନିଜର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଇଥିଲେ  । ସେ ସେତେବେଳେ କହିଥିଲେ, ରାଜନୀତିରେ ରହିବି, ଲୋକଙ୍କ ସେବା କରିବି, ଲୋକଙ୍କ ସହ ରହି କାମ କରିବି, କିନ୍ତୁ ବିଜୁ ଜନତା ଦଳ ସହ ନୁହେଁ ।  ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଛି । ମୋତେ ରାଜନୀତିରେ ରହି ସବୁ ବର୍ଗର ଲୋକଙ୍କ ସେବା କରିବା ସହଜ ହେଉ ନ ଥିଲା । ତେବେ ଗୁରୁବାର ବିଜେପି ଅଫିସକୁ ପ୍ରୟାସକାନ୍ତି ଯିବା ନେଇ ଖବର ସାମ୍ନା ଆସିବା ପରେ ଭଦ୍ରକ ରାଜନୀତି ସରଗରମ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.