ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ପ୍ରସ୍ତାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ

Published By : Suraj Kumar | June 25, 2025 6:24 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୫।୬ -  ଓଡ଼ିଶାରେ ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀଠାରେ ଏକ  ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ  କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି। 

 ଏହି ବୈଠକରେ ରାଉରକେଲା ଉସ୍ପାତ୍ କାରଖାନାର ସମ୍ପ୍ରସାରଣ ନେଇ ଥିବା ପ୍ରତିବନ୍ଧକ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା । କାରଖାନାର ସମ୍ପ୍ରସାରଣ ନେଇ ଥିବା ପ୍ରତିବନ୍ଧକଗୁଡ଼ିକୁ ଦୂର କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଥିଲେ। ଯେଉଁ ପ୍ରସ୍ତାବକୁ କେନ୍ଦ୍ର ଇସ୍ପାତ୍ ମନ୍ତ୍ରୀ ଗ୍ରହଣ କରିଛନ୍ତି । 

ଏଥିପାଇଁ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତର ଇସ୍ପାତ୍ କ୍ଷେତ୍ର ଏବଂ ପୂର୍ବ ଭାରତ ବିଶେଷ ଭାବରେ ଓଡ଼ିଶାର ଶିଳ୍ପ, ସାମାଜିକ-ଆର୍ଥିକ ବିକାଶ ପାଇଁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଗୁରୁତ୍ୱପୂର୍ଣ୍ଣ । ଏହି ସମ୍ପ୍ରସାରଣ ଇତ୍ସାତ ଉତ୍ପାଦନର କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱ ବଜାରରେ ଭାରତର ସ୍ଥିତିକୁ ସଶକ୍ତ କରିବ, ଷ୍ଟିଲ୍ କ୍ଷେତ୍ରରେ ଆମଦାନୀ ହ୍ରାସ କରିବା ସହ ପ୍ରମୁଖ ଶିଳ୍ପ କ୍ଷେତ୍ରର ଆବଶ୍ୟକତାକୁ ପୂରଣ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବୋଦୟ କଳ୍ପନାରେ ଓଡ଼ିଶାର ଅର୍ଥନୀତି ଅଭିବୃଦ୍ଧିକୁ ଆଗେଇ ନେବା ସହ ଇସ୍ପାତ୍ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଏକ ବୃହତ ରୋଜଗାର ସୁଯୋଗ ସୃଷ୍ଟି କରିବ । ଓଡ଼ିଶାରେ ଇସ୍ପାତ୍ କ୍ଷେତ୍ର ପ୍ରତି ଥିବା କେନ୍ଦ୍ର ଇସ୍ପାତ୍ ମନ୍ତ୍ରୀଙ୍କର ପ୍ରତିବଦ୍ଧତାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.