ପ୍ରମୂଖ ଖବର
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପ୍ରସ୍ତୁତି, ପବିତ୍ର ସ୍ନାନଯାତ୍ରା ଓ ରଥଯାତ୍ରାର ନୀତି ନିର୍ଘଣ୍ଟ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବ ବୈଠକ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||
  • କାଳବୈଶାଖୀ ଆସିବ, ଆଶ୍ୱସ୍ତି ଦେବନି: ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା କମ୍
  • ||

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୁଡୋ ଖେଳକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାକୁ ଜଣାଇଲେ

Published By : Prameya | May 9, 2025 8:18 PM

ଭୁବନେଶ୍ୱର, ୯।୫ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ଲୋକସେବା ଭବନରେ  ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟମାନେ ସାକ୍ଷାତ କରିଛନ୍ତି। କୁଡୋ ଏକ ପ୍ରକାର ମିଶ୍ରିତ ସାମରିକ କଳା । ଯାହା ଜୁଡୋ, କରାଟେ, ଏବଂ ତାଇକୱାଣ୍ଡୋ ଖେଳର ସମାହାର। ଏହି ଖେଳ ଭାରତର ବିଭିନ୍ନ ରାଜ୍ୟ ସମେତ ବିଦେଶରେ ମଧ୍ୟ ଅନେକ ପ୍ରସିଦ୍ଧି ଲାଭ କରିଛି। ଓଡ଼ିଶାର ମଧ୍ୟ ଅନେକ ଜିଲ୍ଲାରେ ଏହି ଖେଳ ପାଇଁ ତାଲିମ୍ ଦିଆଯାଉଛି। ଏଣୁ ରାଜ୍ୟରେ ଏହି କୁଡୋ ଖେଳର ପ୍ରସାର ଓ ଏହି ଖେଳକୁ ମାନ୍ୟତା ଦେବା ପାଇଁ ଆସୋସିଏସନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଥିଲେ। 

ମୁଖ୍ୟମନ୍ତ୍ରୀ ଖେଳାଳୀଙ୍କ ସହ କଥା ହୋଇ ସେମାନଙ୍କୁ ଅଭ୍ୟାସ ଜାରି ରଖିବା ପାଇଁ କହିଥିଲେ ଏବଂ ଏହି କ୍ରୀଡ଼ାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବା ପାଇଁ ବିଚାର କରାଯିବ ବୋଲି ସେ କହିଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମେତ କୁଡୋ ଆସୋସିଏସନ ଅଫ ଓଡ଼ିଶାର ମୁଖ୍ୟ କୋଚ ନିତାଇ ଶଙ୍କର ଗୁଇଁ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୋଚ ଓ ଖେଳାଳୀଙ୍କ ସମେତ ୭୦ ଜଣ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.