PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ପବିତ୍ର ରାମ ନବମୀରେ ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନର ଶୁଭାରମ୍ଭ

କଟକ/ଭୁବନେଶ୍ୱର ୩୦/୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାହା କୁହନ୍ତି ତାହାକୁ ପୂରଣ କରନ୍ତି ବୋଲି ଗୁରୁବାର ପବିତ୍ର ରାମ ନବମୀ ଅବସରରେ କଟକ ରେଳ ଷ୍ଟେସନଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସବୁଜ ପତାକା ଦେଖାଇ ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପ୍ରଧାନ କହିଛନ୍ତି ଯେ ଏହି ଟ୍ରେନର ଶୁଭାରମ୍ଭ ଦ୍ୱାରା ଭଦ୍ରକ ଓ ନୟାଗଡବାସୀଙ୍କ ଦୀର୍ଘ ଦିନର ଦାବି ପୂରଣ ହୋଇଛି । ଧାମନଗରର ଯୁବ ବିଧାୟକ ସୂରଜ ସୂର୍ଯ୍ୟବଂଶୀଙ୍କ ଅନୁରୋଧକୁ ରଖି ଏହି ରେଳ ପ୍ରକଳ୍ପକୁ ଅନୁମୋଦନ କରି ସର୍ବୋପରି ଓଡ଼ିଶା ତଥା ଓଡ଼ିଆଙ୍କ ବିକାଶ ପାଇଁ ନିଜର ପ୍ରତିବଦ୍ଧତା ଦେଖାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ । ଏହି ନୂତନ ଟ୍ରେନ୍ ସ୍ଥାନୀୟ ନାଗରିକଙ୍କୁ ଉନ୍ନତ ରେଳ ଭିତ୍ତିଭୂମି ଏବଂ ସୁବିଧା ସୁଯୋଗ ପ୍ରଦାନ କରିବ ।

ମୋଦି ଯେଉଁ କଥା କୁହନ୍ତି ତାହା ପୂରଣ କରନ୍ତି । ଅତୀତରେ ଓଡ଼ିଶାକୁ ରେଳବାଇରେ ଅର୍ଥ ଆସୁନଥିଲା । ମୋଦି ସରକାରରେ ଓଡ଼ିଶାକୁ ରେଳ ଅନୁଦାନ ବଢିଛି । ପୂର୍ବୋଦୟର ସ୍ୱପ୍ନ ସାକାର ହେଉଛି । ପ୍ରଥମ ଥର ପାଇଁ ଓଡ଼ିଶାର ୫୭ଟି ରେଳ ଷ୍ଟେସନର ନବୀକରଣ ହେବ । ରାଜ୍ୟରେ ଯାତ୍ରୀ ସୁବିଧାକୁ ଗୁରୁତ୍ୱ ଦିଆଯାଉଛି । କଟକ, ଭୁବନେଶ୍ୱର, ପୁରୀ, ରାଉରକେଲା, ସମ୍ବଲପୁର, ବାଲେଶ୍ୱରର ଷ୍ଟେସନ ଜାତୀୟ ସ୍ତରର ଷ୍ଟେସନ ହେଉଛି ।

ଆଗାମୀ ଦିନରେ ଭୁବନେଶ୍ୱର ଓ କଟକ ଷ୍ଟେସନ ଅନ୍ତରାଷ୍ଟ୍ରୀୟ ଷ୍ଟେସନ ନେଇ କଳ୍ପନା ରଖାଯାଇଛି । ଖୁବ ଶୀଘ୍ର ଓଡ଼ିଶାରେ ବନ୍ଦେ ଭାରତ ଟ୍ରେନ୍ ଚଳାଚଳ ହେବାକୁ ଯାଉଛି । ମହାପ୍ରଭୁଙ୍କ ଆଶୀର୍ବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପରାମର୍ଶରେ ଓଡ଼ିଶାରେ ପ୍ରଗତିର ରଥ ଗତିଶୀଳ ହେବ ଏବଂ ଦେଶର ଅର୍ଥନୀତିରେ ଓଡ଼ିଶାର ବହୁତ ବଡ ଯୋଗଦାନ ରହିବ ବୋଲି ବୋଲି ପ୍ରଧାନ ମତବ୍ୟକ୍ତ କରିଛନ୍ତି ।