ପ୍ରମୂଖ ଖବର
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ମେରିଟ୍‌ ଯୋଜନା ବୈଷୟିକ ଶିକ୍ଷାକୁ ଗୁଣାତ୍ମକ କରିବ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ

Published By : Swapna Ray | August 9, 2025 3:20 PM

ଭୁବନେଶ୍ୱର, ୯।୮: ବୈଷୟିକ ଶିକ୍ଷାରେ ବହୁବିଧ ଶିକ୍ଷା ଓ ଗବେଷଣା ଉନ୍ନତି(ମେରିଟ୍‌) ଯୋଜନା କାର୍ଯ୍ୟକାରୀ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି । ଏହାକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୈଷୟିକ ଶିକ୍ଷାକୁ ଗୁଣାତ୍ମକ, ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ସହ ଶାସନକୁ ଉନ୍ନତ କରିବା ମେରିଟ୍‌ ଯୋଜନାର ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି । କେନ୍ଦ୍ର କ୍ୟାବିନେଟରେ ଜାତୀୟ ଶିକ୍ଷା ନୀତି ସହ ସମନ୍ୱୟ ରଖି ୧୭୫ ଇଞ୍ଜିନିୟରିଂ ପ୍ରତିଷ୍ଠାନ ଓ ୧୦୦ ପଲିଟେକନିକ୍‌କୁ ନେଇ ଗଠିତ ୨୭୫ଟି ବୈଷୟିକ ପ୍ରତିଷ୍ଠାନରେ ଏହି ‘ମେରିଟ୍‌ ଯୋଜନା' କାର୍ଯ୍ୟକାରୀ ହେବ । ଏଥିପାଇଁ ୨୦୨୫- ୨୬ ରୁ ୨୦୨୯-୩୦ ଆର୍ଥିକ ବର୍ଷ ଯାଏ ୪୨୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି  । ମୋଟ୍ ୪୨୦୦ କୋଟି ଟଙ୍କାରୁ ୨୧୦୦ କୋଟି ବିଶ୍ୱବ୍ୟାଙ୍କରୁ ଋଣ ବାବଦରେ ସହାୟତା ମିଳିବ ବୋଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି । 

ଏଥିରେ ମନୋନୀତ ଏନଆଇଟି, ରାଜ୍ୟ ଇଞ୍ଜିନିୟରିଂ ପ୍ରତିଷ୍ଠାନ, ପଲିଟେକନିକ୍‌ ଓ ସ୍ୱୀକୃତିପ୍ରାପ୍ତ ବୈଷୟିକ ବିଶ୍ୱବିଦ୍ୟାଳୟ (ଏଟିୟୁ) ସାମିଲ ହେବ । ବୈଷୟିକ ଶିକ୍ଷା କ୍ଷେତ୍ର ପରିଚାଳନା କରୁଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ମଧ୍ୟ ମେରିଟ୍‌ ଯୋଜନାରେ ସହାୟତା ଦିଆଯିବ । ପ୍ରାୟ ୭.୫ ଲକ୍ଷ ଛାତ୍ରଛାତ୍ରୀ ଏହି ଯୋଜନାରୁ ଉପକୃତ ହେବେ ବୋଲି ଧର୍ମେନ୍ଦ୍ର କହିଛନ୍ତି । ମେରିଟ୍‌ ଯୋଜନା ରୋଜଗାର କ୍ଷମତାକୁ ଉନ୍ନତ କରିବା ସହ ୭.୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବ । କେନ୍ଦ୍ର କ୍ୟାବିନେଟ ୨୦୨୫-୨୬ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କ ପାଇଁ ନିର୍ଦ୍ଧାରିତ ଲକ୍ଷ୍ୟ ଅନୁସାରେ ୧୨,୦୦୦ କୋଟି ଟଙ୍କା ସବ୍‌ସିଡି ଜାରି ରଖିବାକୁ ମଞ୍ଜୁର କରିଛି । ଏବେସୁଦ୍ଧା ପ୍ରାୟ ୧୦.୩୩ କୋଟି ଉଜ୍ଜ୍ୱଳା ହିତାଧିକାରୀ ଅଛନ୍ତି । ଏହାଦ୍ୱାରା ଗରିବ ପରିବାର ଶସ୍ତାରେ ଏଲ୍‌ପିଜି ସିଲିଣ୍ଡର ପାଇବେ । ଏଲ୍‌ପିଜି ସିଲିଣ୍ଡର ପାଇଁ ତୈଳ ବିପଣନ କମ୍ପାନୀଙ୍କୁ ୩୦ ହଜାର କୋଟିର ସବ୍‌ସିଡି ଘୋଷଣା ନିଷ୍ପତ୍ତିକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରଶଂସା କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.