ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ସମସ୍ତ ପୁରୁଣା ଟେଣ୍ଡର ବାତିଲ, ଦିଲ୍ଲୀ ମେଟ୍ରୋ ଓ ସିଗାଲ ଇଣ୍ଡିଆ ସହ ହୋଇଥିଲା ଚୁକ୍ତି

Published By : Prameya | July 26, 2025 2:54 PM

ଭୁବନେଶ୍ୱର,୨୭/୦୭: ମେଟ୍ରୋ ରେଳ ପ୍ରକଳ୍ପ  ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର  ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ସହ କଣ୍ଟ୍ରାକ୍ଟ ଚୁକ୍ତି ବାତିଲ କରାଯାଇଛି।  ୬ଟି ମେଟ୍ରୋ ଷ୍ଟେସନ ନିର୍ମାଣ ପାଇଁ  ଚୁକ୍ତି ହୋଇଥିଲା। ପ୍ରାୟ ୮ ମାସ ହେଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହିଛି।

୨୦୨୪ ନିର୍ବାଚନ ପୂର୍ବରୁ ପୂର୍ବ ସରକାର ମେଟ୍ରୋ  ପ୍ରକଳ୍ପର ନିଅଁ ଦେଇଥିଲେ । ୨୦୨୪-୨୫ ବଜେଟରେ ଏ  ପ୍ରକଳ୍ପ ପାଇଁ ଅର୍ଥ ବରାଦ ହେଲା । ଆରମ୍ଭରୁ କୁହାଗଲା,  ସହର ଉପରେ ଏଲିଭେଟେଡ୍‌ କରିଡରରେ ମେଟ୍ରୋ  ରେଳ ପଥ ନିର୍ମାଣ ହେବ । କିଛି ମାସ ପାଇଁ ସହରରେ ମାଟି ପରୀକ୍ଷା ପାଇଁ ଖୋଳାତଡ଼ା ଆରମ୍ଭ ହେଲା । ପୁଣି  କ’ଣ ହେଲା କେଜାଣି ସବୁ କାମ ବନ୍ଦ, ନିର୍ମାଣ ସାମଗ୍ରୀ  ଉଠାଇ ନିଆଗଲା । ବର୍ତ୍ତମାନ ସରକାର କହୁଛନ୍ତି, ମାଟି  ତଳେ ମେଟ୍ରୋ ଚାଲିବ । ମେଟ୍ରୋ ରେଳ ପାଇଁ କମିଟି  ଗଠନ କରାଯାଇଛି । ଗତ ୧୬ ତାରିଖରେ ଏ ନେଇ  ବୈଠକ ବସିଥିଲା । ମେଟ୍ରୋ ପ୍ରକଳ୍ପକୁ ନେଇ ବାରମ୍ବାର  ଭିନ୍ନ କଥା, ଭିନ୍ନ ଢାଞ୍ଚା, ନୂଆ ବୟାନବାଜି ନେଇ ମେଟ୍ରୋ  ପ୍ରକଳ୍ପକୁ ନେଇ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି ହେଲାଣି । 

ବିଜେଡି ସରକାର  ସମୟରେ ମେଟ୍ରା ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ  ସହ ଟେଣ୍ଡର କରାଯାଇଥିଲା । ପ୍ରକଳ୍ପର ଭିତ୍ତିପ୍ରସ୍ତର  ହୋଇଥିଲା । ମାତ୍ର ବିଜେପି ସରକାର କ୍ଷମତାକୁ  ଆସିବାର ଦୀର୍ଘ ୧୩ ମାସ ବିତି ଯାଇଥିଲେ ସୁଦ୍ଧା  ପ୍ରକଳ୍ପକୁ ନେଇ ଅନିଶ୍ଚିତତା ଲାଗି ରହିଛି । ତେବେ ଭୁବନେଶ୍ବର ମେଟ୍ରୋ ନେଇ କମିଟି ଗଠନ ହୋଇଛି । ଏହି କମିଟି ଥରେ ବୈଠକ କରିଛି । ଆଗକୁ ପୁଣି ବୈଠକ ବସି ଆଲୋଚନା ହେବ । ନୂଆ ଡିପିଆର୍‌ ପ୍ରସ୍ତୁତ ପରେ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ । କେନ୍ଦ୍ରର ସହଯୋଗରେ ପ୍ରକଳ୍ପ ହେବ । ନୂଆ ଢାଞ୍ଚାରେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.