PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ

ଭୁବନେଶ୍ଵର, ୦୧/୦୪ : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର-କଟକ-ପୁରୀକୁ ସଂଯୋଗ କରିବ ମେଟ୍ରୋ ଟ୍ରେନ୍‌, ଭିଡ଼ କମାଇବା ପାଇଁ ମେଟ୍ରୋ ଚଳାଇବାକୁ ରାଜ୍ୟ ସରକାର ଏହି ବଡ ପଦକ୍ଷେପ ନେଇଛନ୍ତି।

ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ଭୋର୍ ସାଢେ ୪ଟାରେ ଭୁବନେଶ୍ୱର ବିମାନ ବନ୍ଦର ଛକରୁ ସଚିବ ସ୍ତରୀୟ କମିଟିର ଫିଲଡ ଭିଜିଟ ଆରମ୍ଭ ହୋଇଥିଲା। ୫ଟି ସଚିବ ଭି କେ ପଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ।

ଭୁବନେଶ୍ୱର ବିମାନବନ୍ଦରରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ପହଞ୍ଚିଥିଲେ ବରିଷ୍ଠ ଅଧିକାରୀମାନେ। ରାସ୍ତାରେ ବିଭିନ୍ନ ସ୍ଥାନରେ ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ ଟିମ ସଦସ୍ୟ। ଦ୍ୱେତ ନଗରୀ ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ ଚଳାଚଳ ହେଲେ କେଉଁଠି କି ପ୍ରକାର ସମସ୍ୟା ରହିବ ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରାଯାଇଛି। ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ। ପରେ ଟିମ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଥିଲେ।