ପ୍ରମୂଖ ଖବର
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ଶ୍ରମିକମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି

Published By : Prameya | April 29, 2025 10:43 PM

ଭୁବନେଶ୍ୱର,୨୯/୪ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରମିକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ଟଙ୍କାରୁ ୪୬୨ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୫୦୨ଟଙ୍କାରୁ ୫୧୨ଟଙ୍କା, କୁଶଳୀ ଶ୍ରମିକମାନଙ୍କ ଦୈନିକ ମଜୁରୀ ୫୫୨ଟଙ୍କାରୁ ୫୬୨ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲା ଠାରୁ ଲାଗୁ ହେବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.