PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ, ଗୁଳିମାଡ ପରେ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି

ଭୁବନେଶ୍ବର ୨୯/ ୦୧: ନବ ଦାସଙ୍କ ପରଲୋକ । ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଆଉ ନାହାନ୍ତି । ୬୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ବର୍ଷିଆନ ରାଜନେତା ତଥା ଓଡିଶା ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ସ୍ବାସ୍ଥ୍ୟ ବିଭାଗ ମନ୍ତ୍ରୀ ନବ କିଶୋର ଦାସ । ଗୁଳିମାଡ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରଥମେ ଝାରସୁଗୁଡା ଏବଂ ପରେ ଭୁବନେଶ୍ବର ଏୟାରଲିଫ୍ଟ କରାଯାଇଥିଲା । ଡାକ୍ତରଙ୍କ ସମସ୍ତଙ୍କ ପ୍ରଚେଷ୍ଟା ସତ୍ତ୍ବେ ନବ ଦାସଙ୍କୁ ବଞ୍ଚାଇବା ସମ୍ଭବପର ହୋଇ ନାହିଁ । ଗୁଳିମାଡ ଫଳରେ ନବ ଦାସଙ୍କ ବାମ ପଟ ଫୁସଫୁସ୍‌ ଏବଂ ହୃତପିଣ୍ଡରେ ଗଭୀର ଆଘାତ ଲାଗିଥିଲା । ଜୀବନ ବଞ୍ଚାଇବା ପାଇଁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଆପ୍ରାଣ ଉଦ୍ୟମ କରିଥିଲେ । ତଥାପି ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇ ନାହିଁ ।

ରବିବାର ସକାଳେ ଏକ ଦଳୀୟ କାର୍ଯ୍ୟକ୍ରମକୁ ଯୋଗ ଦେବା ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଗୁଳିମାଡ ହୋଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ନବ ଦାସଙ୍କ ଉପରକୁ ଗୁଳି ଚଳାଇଥିଲେ । ଫଳରେ ସେହିଠାରେ ହିଁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଟଳିପଡିଥିଲେ । ତାଙ୍କୁ ପ୍ରଥମେ ଝାରସୁଗୁଡା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବା ପରେ ତାଙ୍କୁ ଭୁବନେଶ୍ବର ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ବର ବିମାନ ବନ୍ଦରରୁ ତାଙ୍କୁ ଗ୍ରୀନ୍‌ କରିଡର ଯୋଗେ ଆପୋଲ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତରଙ୍କ ସମସ୍ତ ପ୍ରଚେଷ୍ଟ ସତ୍ତ୍ବେ ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇ ନାହିଁ ।