ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭୁବନେଶ୍ବରରେ ପହଞ୍ଚିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର; ଟ୍ବିନ୍‌ ସିଟିରେ ବିିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ବର,୦୪/୦୫: ଭୁବନେଶ୍ବରରେ ପହଞ୍ଚିଛରନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର। ତେବେ ପୂର୍ବ ନିର୍ଦ୍ଧାରିତ ସମୟାନୁଯାୟୀ ରାଜ୍ୟ ବିଜେପିର ବରିଷ୍ଠ ନେତା ଓ କର୍ମକର୍ତ୍ତା ମାନେ ବିମାନବନ୍ଦରରେ ପହଞ୍ଚି ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ରାଜ୍ୟକୁ ବିଜେପିର ପ୍ରମୁଖ ଶୀର୍ଷ ନେତାମାନେ ଆସି ଦଳୀୟ ପ୍ରଚାରରେ ସାମିଲ ହୋଇଛନ୍ତି। ତେବେ ଆସନ୍ତା ୬ ତାରିଖରେ ଓଡ଼ିଶାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଉ ଏହା ପୂର୍ବରୁ ଶନିବାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭୁବନେଶ୍ୱର ଓ କଟକରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଅନେକ ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା କାଲି ଅର୍ଥାତ୍‌ ରବିବାର (୫ ତାରିଖ) ପୁନର୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ।  ଏହି ଅବସରରେ ଭୁବନେଶ୍ୱର ଓ କଟକରେ ହେବାକୁ ଥିବା  ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଏନେଇ ବିଜେପି  ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଶ୍ରୀ ମହାପାତ୍ର କହିଛନ୍ତି, ବିଜେପି ମା’, ମାଟି,  ମାତୃଭାଷା, ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନ ଲଢ଼େଇ  କରିବ । ଓଡ଼ିଶା ପାଇଁ ପରିବର୍ତ୍ତନର ନିର୍ବାଚନ ହେବ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.