ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାତ୍ୟା ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, କଳାବଜାରୀ ଉପରେ ନଜର ରଖିବାକୁ ନିର୍ଦ୍ଦେଶ...

Published By : Ladu Kishor | October 24, 2024 6:02 PM

ମାହାଙ୍ଗା ୨୪/୧୦: ବାତ୍ୟା ସମୟରେ ଚଢା ଦର କିମ୍ବା କଳାବଜାରୀ କଲେ ଗିରଫ ହେବେ ଅସାଧୁ ବ୍ୟବସାୟୀ। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ ଜିଲ୍ଲା ସମେତ ବିଶେଷ କରି କଟକ ଜିଲ୍ଲାର ମାହାଙ୍ଗା, ସାଲେପୁର, ନିଶ୍ଚିନ୍ତକୋଇଲି, କଟକ ସଦର ଓ ନିଆଳି ବ୍ଲକକୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।  ଆଜି ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନଙ୍କ ସହିତ କଟକ ଜିଲ୍ଲା ମାହାଙ୍ଗା ବ୍ଲକର କଲ୍ୟାଣପୁର, କୁହୁଣ୍ଡା, ଭେଡା ଆଦି ବାତ୍ୟା ଆଶ୍ରୟସ୍ଥଳ ବୁଲିବା ସମୟରେ ଏହା କହିଛନ୍ତି ମାନ୍ୟବର ମନ୍ତ୍ରୀ। ଏହା ପରେ ମାହାଙ୍ଗା ବ୍ଲକର ସମସ୍ତ ବିଭାଗର ଅଧିକାରୀଙ୍କ ସହିତ ଏକ ସମୀକ୍ଷା ବୈଠକ କରିଥିଲେ ମନ୍ତ୍ରୀ ଓ ସ୍ଥାନୀୟ ବିଧାୟକ । ଭେଡା ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିବା ସମୟରେ ଠିକ୍ ସମୟରେ ଲୋକ ମାନଙ୍କ ପାଇଁ ରନ୍ଧା ଖାଦ୍ୟ ନହୋଇଥିବାରୁ ବିଭାଗୀୟ ଅଧିକାରୀଙ୍କ ଉପରେ ବର୍ଷିଥିଲେ ବିଧାୟକ ସାରଦା ପ୍ରଧାନ ଏବଂ ଦୁଇ ଦିନ ପର୍ଯ୍ୟନ୍ତ ଲୋକ ମାନଙ୍କୁ ଠିକ୍ ସମୟରେ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା ପାଇଁ ମାହାଙ୍ଗାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ ମନ୍ତ୍ରୀ,ତାଙ୍କ ସହ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ,ଉପଜିଲ୍ଲାପାଳ, ତହସିଲଦାର, ବିଡ଼ିଓ, ମାହାଙ୍ଗା ଆଇଆଇସି ପ୍ରମୁଖ ଉପସ୍ଥିତ ଥିଲେ। 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.