ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

୧୦୦ କୋଟିରୁ ଊର୍ଦ୍ଧ୍ବ ବ୍ୟୟର ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା କଲେ ପୂର୍ତ୍ତମନ୍ତ୍ରୀ, ଧାର୍ଯ୍ୟ ସମୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ

Published By : Suraj Kumar | March 4, 2025 10:24 PM

ଭୁବନେଶ୍ୱର , ୪।୩ : ପୂର୍ତ୍ତ ବିଭାଗ ଅଧୀନରେ ଥିବା ୧୦୦ କୋଟିରୁ ଅଧିକ ମୂଳ୍ୟର ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ   ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ  ସମୀକ୍ଷା କରିଛନ୍ତି। ଧାର୍ଯ୍ୟ ସମୟସୀମା ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ସେ ନିର୍ଦେଶ ଦେଇଛନ୍ତି। 

ଲୋକସେବା ଭବନ କନ୍‌ଭେନ୍‌ସନ୍‌ ହଲ୍‌ଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ ଯେ ସରକାର ରାଜ୍ୟବାସୀଙ୍କୁ ଉନ୍ନତ ଭିତ୍ତିଭୂମି ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ । ତେଣୁ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ ସାଲିସ କରାଯିବ ନାହିଁ । ଏଥିପାଇଁ ବିଭାଗୀୟ ଅଧିକାରୀ, ମୁଖ୍ୟଯନ୍ତ୍ରୀ, ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ନିୟମିତ କାର୍ଯ୍ୟର ତଦାରଖ ସହ ପ୍ରତି ମାସରେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିବେ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି । 

ଠିକା ସଂସ୍ଥାଙ୍କ ସମସ୍ୟାର ସମାଧାନ ସହ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ଅଧିକାରୀ ଉଦ୍ୟମ ଜାରି ରଖିବେ । ସେହିଭଳି କାର୍ଯ୍ୟଭାର ନେଇଥିବା ଏଜେନ୍ସି ଅବା ଠିକା ସଂସ୍ଥା ନିଜର ମାନବସମ୍ବଳ ଓ ଜ୍ଞାନକୌଶଳକୁ ଉପଯୋଗ କରି ଧାର୍ଯ୍ୟ ସମୟସୀମା ମଧ୍ୟରେ କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । ତେବେ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ କୌଣସି ସଂସ୍ଥା ବିରୋଧରେ ଅଭିଯୋଗ ଆସିଲେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି । ସେହିଭଳି ଆଗାମୀ ଦିନରେ ପ୍ରକଳ୍ପ କାର୍ଯ୍ୟାଦେଶ ପ୍ରଦାନ ସମୟରେ ପୂର୍ବ ପ୍ରଦର୍ଶନକୁ ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । 

ଜଗତସିଂହପୁର, ଯାଜପୁର, ଜୟପୁର ବାଇପାସ୍‌ ରାସ୍ତା ସମେତ ବିଭିନ୍ନ ପ୍ରମୁଖ ରାସ୍ତା, କୋରାପୁଟ ହସ୍‌ପିଟାଲ, ଜୟପୁର ହସ୍‌ପିଟାଲ, ଯାଜପୁର ହସ୍‌ପିଟାଲ ଏବଂ କ୍ୟାପିଟାଲ ହସ୍‌ପିଟାଲ୍‌ର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ସମେତ ବିଭିନ୍ନ କୋଠାବାଡ଼ି ପ୍ରକଳ୍ପର ଅଗ୍ରଗତି ନେଇ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟରେ ବିଭିନ୍ନ ନଦୀ ଉପରେ ଥିବା ହାଇଲେବୁଲ ସେତୁର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ମଧ୍ୟ ବିଭାଗୀୟ ଅଧିକାରୀ, ଇଞ୍ଜିନିୟର ଓ ଠିକା ସଂସ୍ଥାଙ୍କଠାରୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପଚାରି ବୁଝିଥିଲେ । 

ଏହି ସମୀକ୍ଷା ବୈଠକରେ ପୂର୍ତ୍ତ ବିଭାଗ ଶାସନ ସଚିବ ବୀର ବିକ୍ରମ ଯାଦବ, ଇଆଇସି (ସିଭିଲ୍‌) ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଏଲ୍‌.କେ. ପାଢ଼ୀ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ସମୀର ହୋତାଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଠିକା ସଂସ୍ଥାର ପ୍ରତିନିଧିମାନେ ଯୋଗ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.