ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା

Published By : Harapriya Sethi | May 5, 2025 12:50 PM

ଭୁବନେଶ୍ୱର, ୦୫/୦୫: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ଘୋଷଣା । ରାଜ୍ୟରେ ଆସନ୍ତା ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା । ଏଥିପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । 

ସେହିପରି ଜୁନ୍‌ ସୁଦ୍ଧା ସୀମା ନିର୍ଦ୍ଧାରଣ ସାରିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୩୩ ବର୍ଷରେ ମୋଟ ୧ ହଜାର ରାଜସ୍ୱ ଗାଁ ପାଇଁ ଆବେଦନ ଆସିଛି । ବର୍ତ୍ତମାନ ସୁଦ୍ଧା ୩୦୦ ନୂଆ ରାଜସ୍ୱ ଗାଁର ଘୋଷଣା ସରିଛି । ବାକି ୭୦୦ ଗାଁ ଘୋଷଣା ପାଇଁ ନିୟମ କୋହଳ ହୋଇଛି । ମୋଡାଲିଟି ଅନୁସାରେ ଯେଉଁ ପଡା ଗାଁରେ ୨୫୦ ଲୋକ ଥିବେ । ତାହା ମୂଳ ଗାଁରୁ ୫୦୦ ମିଟର ଦୂରରେ ଥିବ । ତାକୁ ହିଁ ରାଜସ୍ୱ ଗାଁ ମାନ୍ୟତା ମିଳିବ । ନଗର ଉନ୍ନୟନ ବିଭାଗ ପାଖରେ ଅନେକ NAC ଓ ମୁନିସିପାଲିଟି ପାଇଁ ବି ପ୍ରସ୍ତାବ ରହିଛି । ହେଲେ ଥରେ ଜନଗଣନା ଆରମ୍ଭ ହୋଇଗଲେ, ଏ ସବୁ ପ୍ରସ୍ତାବ କାର୍ଯ୍ୟକାରୀ ହୋଇପାରିବନାହିଁ । ତେଣୁ ଜୁନ ୩୦ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.