ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

Published By : Harapriya Sethi | August 16, 2025 12:13 PM

ବୌଦ୍ଧ,୧୬/୦୮: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ଏବଂ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବୌଦ୍ଧଜିଲ୍ଲା ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଶନିବାର ସକାଳେ ବୌଦ୍ଧ ସହରସ୍ଥିତ ଐତିହାସିକ ରାମେଶ୍ୱର ମନ୍ଦିରକୁ ଯାଇ ଠାକୁରଙ୍କ ଦର୍ଶନ କରି ତାଙ୍କ ଗସ୍ତର ଶୁଭାରମ୍ଭ କରିଛନ୍ତି । ସେଠାରୁ ମର୍ଜାକୁଦ ଦ୍ୱୀପରେ ଥିବା ଇକୋରିଟ୍ରିଟ କୁଲାରିକୁଦ ପରିଦର୍ଶନ କରିବା ସହିତ ସେଠାରେ ପର୍ଯ୍ୟଟନର ବିକାଶ ନେଇ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । 

ପରେ ଜିଲ୍ଲା ସଂଗ୍ରହାଳୟ ପରିଦର୍ଶନ,ଜିଲ୍ଲା ଷ୍ଟାଡିୟମରେ କ୍ରୀଡାବିତଙ୍କ ସହିତ ଆଲୋଚନା କରି ଜିଲ୍ଲାର ସର୍ବପୁରାତନ ମହାବିଦ୍ୟାଳୟ ପଞ୍ଚାୟତ ମହାବିଦ୍ୟାଳୟକୁ ଯାଇ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରୁ ହରଭଙ୍ଗା ବ୍ଲକର ଧଳପୁର ଓ କୁଶଙ୍ଗ ଗ୍ରାମ ଠାରେ ଏକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନରେ ସର୍କିଟ ହାଉସଠାରେ ବିଭିନ୍ନ ବିଭାଗର ସମୀକ୍ଷା କରିବେ ଏବଂ ସନ୍ଧ୍ୟାରେ ବୌଦ୍ଧ ଟାଉନହଲ ଠାରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆୟୋଜିତ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । 

ମନ୍ତ୍ରୀଙ୍କ ଗସ୍ତ ସମୟରେ ବୌଦ୍ଧ ବିଧାୟକ ତଥା ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରହୀ, ଜିଲ୍ଲାପାଳ ବିଭୂତି ଭୁଷଣ ନାଏକ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପଜିଲ୍ଲାପାଳ ବିନୟ କୁମାର ଭୋଇ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ର, ପୂର୍ବତନ ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତି, ନାଗରିକ କମିଟି ସମ୍ପାଦକ ବିଶ୍ୱେଶ୍ଵର ପୃଷ୍ଟି, ଓମ ପ୍ରକାଶ ମିଶ୍ର, ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.