ରାଇରଙ୍ଗପୁର, ୧୫/୬ : ନାବାଳିକାଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଅଭିଯୋଗ ଅନୁଯାୟୀ, ଦୁଇ ଭଉଣୀ ଗାଁ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ୪ ଜଣ ଯୁବକ ସେଠାରେ ପହଞ୍ଚିଥିଲେ। ସେମାନେ ବଳପୂର୍ବକ ସାନ ଭଉଣୀକୁ ଉଠାଇ ନେଇଥିଲେ। ନାବାଳିକାଙ୍କୁ ନିଶାଦ୍ରବ୍ୟ ଦେଇ ଚାରିଜଣ ଯୁବକ ଗଣଦୁଷ୍କର୍ମ କରିଥିଲେ। ପରେ ଗାଁ ନିକଟରେ ଫିଙ୍ଗି ଦେଇ ଫେରାର ହୋଇଯାଇଥିଲେ ଅଭିଯୁକ୍ତ।
ସେପଟେ ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏନେଇ ଟାଉନ ଥାନାରେ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ତଦନ୍ତ କରୁଛି। ପରିବାର ଲୋକେ ଅଭିଯୁକ୍ତଙ୍କୁ ଗିରଫ ଦାବି କରୁଛନ୍ତି।
ଆହୁରି ପଢନ୍ତୁ- ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ଘଟଣା, ଉଦଳାରେ ଖୋଳତାଡ଼ କରିବ ବାରଙ୍ଗ ପୁଲିସର ଟିମ୍