ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୨ ଦିନ ହେଲା ନିଖୋଜ ଥିଲେ ନାବାଳକ, ଜଙ୍ଗଲରୁ ମୃତଦେହ ଉଦ୍ଧାର

Published By : Rasmita Pradhan | February 27, 2025 1:22 PM

ଭୁବନେଶ୍ଵର, ୨୭/୦୨ : ୨ ଦିନ ହେଲା ନିଖୋଜ ଥିଲେ, ଜଙ୍ଗଲରୁ ନାବାଳଙ୍କ ମୃତଦେହ ଠାବ। ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମ୍ୟ ଜଙ୍ଗଲରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ସେହି ଗ୍ରାମର ବିଜୟ ମୁଣ୍ଡାଙ୍କ ପୁଅ ଅମିତ ମୁଣ୍ଡା (୧୭ ବର୍ଷ) ବୋଲି ଜଣାପଡ଼ିଛି। ପୋଲିସ ୨ ଜଣଙ୍କୁ ଅଟକ ରଖିଛି।

ସୂଚନାନୁଯାୟୀ, ତୁଙ୍ଗାମାଳ ଗ୍ରାମର ଅମିତ ମୁଣ୍ଡା ଗତ ଦୁଇ ଦିନ ହେଲା ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ଆଜି ଗ୍ରାମ ନିକଟସ୍ଥ ଗିର୍ଧିନୀ ରୁଗୁଡି ଜଙ୍ଗଲରୁ ତାଙ୍କର ମୃତଦେହ ଠାବ ହୋଇଛି। ଏକ ମହୁଲ ଗଛ ମୂଳରେ ପତ୍ର ଘୋଡାହୋଇଥିବା ଅବସ୍ଥାରେ ଅମିତଙ୍କ ଶବ ମିଳିଛି। ଖବର ପାଇ କୁଣ୍ଢେଇଗୋଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ସହ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ନାବାଳକଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି। 

ଏହି ଖବରଟିକୁ ପଢନ୍ତୁ-ବେଆଇନ କାଠ ମିଲ୍‌ରେ ଚଢାଉ, ୪ ଅଟକ





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.