ପ୍ରମୂଖ ଖବର
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ପତ୍ନୀଙ୍କୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ୱାମୀ
  • ||
  • ଗଞ୍ଜାମ : ଅଟୋ ଓଲଟି ଜଣେ ମୃତ,୧୦ ଗୁରୁତର
  • ||
  • ଦ୍ଵିତୀୟ ଦିନରେ ଆରମ୍ଭ ହେଲା ରଥ ଟଣା, ଘଣ୍ଟଘଣ୍ଟା, ହରିବୋଲରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ
  • ||
  • ଭଦ୍ରକ : ଅନହରପୁର ଗାଁରେ ଅଘଟଣ, ଡିଜେ ଗାଡ଼ି ଓଲଟି ନାବାଳକ ମୃତ
  • ||
  • ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ବିୟୋଗ, ୪୨ ବର୍ଷରେ ହୃଦଘାତରୁ ଚାଲିଗଲା ଜୀବନ
  • ||
  • ଶନିବାର ଆଉ ଏକ ଲଘୁଚାପ, ଜୁଲାଇ ୩ ଯାଏ ବର୍ଷିବ; ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି
  • ||

ଅନହରପୁର ଗାଁରେ ଅଘଟଣ, ଡିଜେ ଗାଡ଼ି ଓଲଟି ନାବାଳକ ମୃତ

Published By : Harapriya Sethi | June 28, 2025 8:30 AM

ଭଦ୍ରକ,୨୮/୦୬: ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନହରପୁର ଗାଁରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି । ଗାଡ଼ି ତଳେ ଚାପି ହୋଇ ଚାଲିଗଲା ନାବାଳକଙ୍କ ଜୀବନ । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ । 

ସୂଚନା ମୁତାବକ, ଧାମନଗର ଥାନା ଅନହରପୁର ଗାଁରେ ଡିଜେ ଗାଡ଼ି ଯାଉଥିବା ସମୟରେ ହଠାତ୍‌ ଓଲଟି ପଡିଥିଲା । ଯାହାଫଳରେ ଜଣେ ନାବାଳଙ୍କ ଉପରେ ଗାଡ଼ି ଓଲଟି ଯାଇଥିଲା । ଏହା ଦେଖି ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ ନାବାଳକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ନାବାଳକକୁ ମୃତ ଘୋଷଣା କରିଥିଲେ । ସେପଟେ ଘଟଣାକୁ ନେଇ ଭଦ୍ରକ ଏସ୍‌ପି ମନୋଜ ରାଉତଙ୍କ ସୂଚନା ଅନୁସାରେ, ଧାମନଗର ଥାନା ଅଧିକାରୀଙ୍କ ସହ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦାରଖ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.