ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ

Published By : Prameya | May 27, 2025 11:19 AM

ଛତ୍ରପୁର, ୨୭/୦୫ : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ବଡ଼ ଅର୍ଜିପାଲ୍ଲୀ ଗାଁରେ ଡେଙ୍ଗୁ ଆତଙ୍କ । ଜ୍ଵରରେ ଆକ୍ରାନ୍ତ ହୋଇ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ରୋହିତ କୁମାର ସାହଙ୍ଗଙ୍କ ଗତକାଲି ମୃତ୍ୟୁ ଘଟିଛି। ସେହିପରି ମାରାତ୍ମକ ରୋଗରେ ଅନ୍ୟ ୮ଜଣ ଆକ୍ରାନ୍ତ ହୋଇଛନ୍ତି । ଡେଙ୍ଗୁ ବ୍ୟାପିବା ଖବର ମିଳିବା ପରେ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି । ସ୍ଥିତି ପରଖିବାକୁ ଏକ ଟିମ୍‌ ଅର୍ଜିପାଲ୍ଲୀ ଗାଁକୁ ଯିବ ବୋଲି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ  କୁହାଯାଉଛି ।ଏନେଇ ଗତକାଲି ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ସ୍ୱାଧୀନରଥଙ୍କ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁଯାୟୀ, ଛତ୍ରପୁର ବ୍ଲକ୍ ବଡ଼ ଆର୍ଜିପଲ୍ଲୀ ଗାଁରେ ଡେଙ୍ଗୁ ଜ୍ୱରରେ ଜଣେ ୧୩ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ହୋଇଛି । ସେହିପରି ଗାଁର ଅନ୍ୟ ୮ଜଣ ଏହି ରୋଗରେ ଆକ୍ରାନ୍ତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ବୁଲୁ ଏବଂ ପ୍ରଦ୍ୟୁମ୍ନ ସାହୁ ଯଥାକ୍ରମେ ବ୍ରହ୍ମପୁର ଓ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଏନେଇ ଖବର ପାଇବା ପରେ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏକ ଟିମ୍ ଗାଁକୁ ଯାଇ ସ୍ଥିତି ପରଖିବ । କେଉଁ କାରଣରୁ ଏତେ ଲୋକ ଆକ୍ରାନ୍ତ ହେଲେ ଗାଁରୁ ପାଣି ନମୂନା ସଂଗ୍ରହ କରି ସ୍ବାସ୍ଥ୍ୟ ଟିମ୍ ଯାଞ୍ଚ କରିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.