ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ

Published By : Harapriya Sethi | April 27, 2025 1:31 PM

କଟକ, ୨୭/୦୪: କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ । ଗଭୀର ପାଣି ପାଣିରେ ବୁଡ଼ି ଚାଲିଗଲା ୧୪ ବର୍ଷର ନାବାଳକର ଜୀବନ । ମୃତ ନାବାଳକ ଜଣକ କଟକର ଖାନ ନଗରର ବେତବିନ୍ଧାଣୀ ସାହିର ୧୪ ବର୍ଷ ବୟସର ଶ୍ରୀ ସୂର୍ଯ୍ୟକାନ୍ତ ମାଝୀ ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ବେତବିନ୍ଧାଣୀ ସାହିର ସୂର୍ଯ୍ୟକାନ୍ତ ମାଝୀ କାଠଯୋଡି ନଦୀରେ ଗାଧୋଇବାକୁ ଯାଇଥିଲେ । ସେଠାରେ ଗାଧୋଇବା ବେଳେ ହଠାତ ପାଣିରେ ବୁଡ଼ି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର  ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ସୂର୍ଯ୍ୟକାନ୍ତଙ୍କୁ ଉଦ୍ଧାର କରିଥିଲେ । ହେଲେ ଏହାରି ଭତରେ ତାଙ୍କ ମୃତ୍ୟୁ ହୋଇ ଯାଇଥିଲା । ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.