ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଗୋଳନ୍ଥରାରେ ଲଜ୍ଜା : ସ୍କୁଲ ନିକଟରେ ନାବାଳିକାଙ୍କ ଗୋଡ଼ ହାତ ବାନ୍ଧି ଦୁଷ୍କର୍ମ ଅଭିଯୋଗ

Published By : Rasmita Pradhan | July 1, 2025 8:40 AM

ବ୍ରହ୍ମପୁର, ୩୦/୬ : ସ୍କୁଲ ନିକଟରେ ୧୨ ବର୍ଷର ନାବାଳିକାଙ୍କ ଗୋଡ଼ ହାତ ବାନ୍ଧି ଦୁଷ୍କର୍ମ ଅଭିଯୋଗ। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ନାବାଳିକାଙ୍କ ପରିବାର ଲୋକେ ଏନେଇ ଗୋଳନ୍ଥରା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। 

ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ, ସୋମବାର ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ନାବାଳିକା ସ୍କୁଲ ଯାଇଥିଲେ। ସ୍କୁଲ ନିକଟରେ ଥିବା ଏକ ଜାମୁ କୋଳି ଗଛରୁ କୋଳି ଖାଇବାକୁ ଯାଇଥିଲେ। ଏହି ସମୟରେ ନାବାଳିକାଙ୍କ ଗ୍ରାମର ଜଣେ ଯୁବକ ତାଙ୍କୁ ସ୍କୁଲ ଠାରୁ କିଛି ଦୂରକୁ ନେଇଯାଇଥିଲେ। ସେଠାରେ ନାବାଳିକାଙ୍କ ହାତ ଗୋଡ଼ ବାନ୍ଧି ଦୁଷ୍କର୍ମ କରିଥିଲେ। ଏନେଇ ନାବାଳିକା ଜଣଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ଏହାପରେ ପୀଡ଼ିତା ଓ ତାଙ୍କ ପରିବାର ଗୋଳନ୍ଥରା ଥାନାରେ ଆସି ଅଭିଯୋଗ କରିଛନ୍ତି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। 

ଏକ ମାସ ମଧ୍ୟରେ ଗୋଳନ୍ଥରା ଥାନା ଅଞ୍ଚଳରେ ଏହା ଦ୍ଵିତୀୟ ଘଟଣା। ଜୁନ ୩ ଓ ୪ ତାରିଖରେ ଉକ୍ତ ଥାନା ଅଞ୍ଚଳରେ ଦୁଇ ନାବାଳିକା ଭଉଣୀଙ୍କୁ ଦୁଇ ଦିନ ଧରି ବିଭିନ୍ନ ସ୍ଥାନରେ ଦୁଷ୍କର୍ମ ହୋଇଥିଲା। ଏବେ ପୁଣି ଏକ ଦୁଷ୍କର୍ମ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜିଲ୍ଲାରେ ନିୟମିତ ଦୁଷ୍କର୍ମ ମାମଲା ସାମ୍ନାକୁ ଆସୁଛି। ଯାହାକି ପୁଲିସ ଜିଲ୍ଲାରେ ଆଇନ ଶୃଙ୍ଖଳାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.