ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

Published By : Harapriya Sethi | May 2, 2025 2:52 PM

ଫୁଲବାଣୀ,୦୨/୦୫: ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ୭ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବଉଳଝୋଲି ଗ୍ରାମର ସମୀର ପାତ୍ର । 

ସୂଚନା ମୁତାବକ, ଜି ଉଦୟଗିରି ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ବାପା ଜଣେ ବ୍ୟବସାୟୀ ହୋଇଥିବା ବେଳେ ଅଭିଯୁକ୍ତ ସମୀର ତାଙ୍କ ପାଖରେ କାମ କରୁଥିଲେ । ୨୦୧୮ ମସିହାରେ ନାବାଳିକାଙ୍କ ବାପା ନିଖୋଜ ହୋଇ ଯାଇଥିଲେ । ଏହାପରେ ସମୀର ତାଙ୍କ ବ୍ୟବସାୟ ସମ୍ଭାଳୁଥିଲେ। ସେହିବର୍ଷ ମେ ମାସ ୧୩ ତାରିଖ ଦିନ ପୀଡିତାଙ୍କ ମା ଭଞ୍ଜନଗର ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଇଥିଲେ ଏବଂ ପୀଡିତା ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ନାବାଳିକାଙ୍କୁ ବାପାଙ୍କୁ ଖୋଜିବା ପାଇଁ ଯିବା କହି ଡାକି ନେଇଥିଲେ । ଯିବା ବେଳେ ସାଙ୍ଗରେ ଘରେ ଥିବା ୧୮ ହଜାର ଟଙ୍କା ଓ ଅଳଙ୍କାର ନେଇ ଯାଇଥିଲେ । ନାବାଳିକାଙ୍କୁ ନେଇ ଫେରାର ହୋଇଯିବା ସହିତ ତାଙ୍କୁ ବିଭିନ୍ନ ସ୍ଥାନରେ ରଖିଥିଲେ । ଏହି ସମୟ ମଧ୍ୟରେ ସେ ପୀଡିତାଙ୍କୁ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ନାବାଳିକାଙ୍କ ମାଆ ଘରକୁ ଫେରି ଝିଅକୁ ନ ପାଇବାରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହୋଇଥିଲେ । ଏହାପରେ ସେ ୧୬ ତାରିଖରେ ଜି ଉଦୟଗିରି ଥାନାରେ ଏତଲା ଦେଇଥିଲେ । ପୋଲିସ ୪୧/୧୮ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାର ପ୍ରାୟ ଦୁଇ ମାସ ପରେ ସେମାନଙ୍କୁ ପୋଲିସ ଉଦ୍ଧାର କରିଥିଲା । 

ତେବେ ଶୁକ୍ରବାର ଏହି ମାମଲାର ବିଚାର କରି ପୋକସୋ କୋର୍ଟ ବିଚାରପତି ରାଜେଶ ଦାଶ ୧୧ ଜଣ ସାକ୍ଷୀ ଓ ପୀଡିତାଙ୍କ ବୟାନ ସହିତ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି । ପୀଡିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ମାମଲାଟିକୁ ସ୍ୱତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.