ପ୍ରମୂଖ ଖବର
  • ଗୋରୁ ବୋଝଇ ପିକଅପ୍‌କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୁଲିସ: ୬ ଗୋରୁ ଉଦ୍ଧାର, ଡ୍ରାଇଭର ଓ ହେଲପର୍‌ ଫେରାର
  • ||
  • ବଜ୍ରପାତରେ CRPF ଡେପୁଟି କମାଣ୍ଡାଣ୍ଟ ମୃତ, ୩ ଯବାନ ଗୁରୁତର
  • ||
  • ଅନୁଗୁଳ ଅବକାରୀ ବିଭାଗକୁ ବଡ଼ ସଫଳତା; ୨୨ ଗ୍ରାମ ବ୍ରାଉନସୁଗର ଜବତ, ଜଣେ ଗିରଫ
  • ||

ନାବାଳିକାକୁ ଅପହରଣ ଏବଂ ଦୁଷ୍କର୍ମ ମାମଲା: ଦୋଷୀକୁ ୧୦ ବର୍ଷ ଜେଲ୍ ଦଣ୍ଡ

Published By : Harapriya Sethi | May 16, 2025 2:05 PM

ଅନୁଗୁଳ,୧୬/୦୫: ଦଶ ବର୍ଷ ତଳେ ଅନୁଗୁଳ ସହରରେ ଘଟିଥିବା ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ରାୟ ଶୁକ୍ରବାର ସ୍ୱତନ୍ତ୍ର ପୋକ୍ସୋ କୋର୍ଟରେ ପ୍ରକାଶ ପାଇଛି। ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ସୌମ୍ୟା ଶୁଭଦର୍ଶିନୀ ମାମଲାର ଶୁଣାଣି କରି ଅଭିଯୁକ୍ତ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସରଦେଈପୁର ଗ୍ରାମର ବାୟା ଓରଫ୍ ସତ୍ୟବ୍ରତ ଦାସ(୩୨)କୁ ୧୦ ବର୍ଷ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି । ଏଥିସହିତ ୫ ହଜାର ଟଙ୍କା ଅନାଦେୟ ଅଧିକ ୬ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ସରୋଜ କୁମାର ପଟ୍ଟନାୟକ ମାମଲାର ପରିଚାଳନା କରିଥିଲେ। 

କହିରଖୁ କି, ୨୦୧୫ ମାର୍ଚ୍ଚ ୧୩ ତାରିଖରେ ଏହି ଘଟଣା ଘଟିଥିଲା । ଅଭିଯୁକ୍ତ ବାୟା ଓରଫ୍ ସତ୍ୟବ୍ରତ ଦାସ ଅନୁଗୁଳ ଅନ୍ତର୍ଗତ ସହରର ଜଣେ ୧୫ ବର୍ଷୀୟା ନାବାଳିକାକୁ ପ୍ରେମ ଜାଲରେ ଫସାଇଥିଲା । ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଫେରାର୍ ହୋଇଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.