ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ନାବାଳିକା ବଳାତ୍କାର ମାମଲା ; ୨୦ବର୍ଷ ଜେଲ୍ ଦଣ୍ଡ

Published By : Gurupada Nath | April 5, 2025 9:41 PM

ଫୁଲବାଣୀ,୫/୪ : ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଦୋଷୀକୁ ୬୦ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଅଭିଯୁକ୍ତ ଜଣକ ଗୋଚ୍ଛାପଡ଼ା ଥାନା ଅଞ୍ଚଳର ନିରାକାର ମୂଖୀ । 

ସୁଚନା ଅନୁସାରେ, ଗତ ୨୦୨୨ ଜୁନ ୧୯ତାରିଖରେ ଗୋଚ୍ଛାପଡା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା । ପୁଲିସ ଅଭିଯୋଗ ଆଧାରରେ କେଶ ନଂ୭୩/୨୨ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ନିରାକରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। 

ଆଜି ଏହି ମାମଲାର ବିଚାର ପୋକସୋ ଅଦାଲତ ବିଚାରପତି ରାଜେଶ ଦାସ ପିଡିତା ଓ ସାକ୍ଷୀଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି । ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୭ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧିକରଣକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.