ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ, ଲକ୍ଷେ ୫ ହଜାର ଟଙ୍କାର ଜରିମାନା

Published By : Rasmita Pradhan | December 5, 2024 2:16 PM

ଫୁଲବାଣୀ, ୫/୧୨ : ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ। ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ପୋକ୍ସୋ କୋର୍ଟ ବିଚାରପତି ଏକ ମାମଲାର ବିଚାର କରି ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ଦୋଷୀକୁ ୧ ଲକ୍ଷ ୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଭିଯୁକ୍ତକୁ ଅଧିକ ୧୪ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ, ଟିକାବାଲି ଥାନା ଅଞ୍ଚଳର ଧନେଶ୍ବର କହଁର । ଏତଦ୍ ବ୍ୟତୀତ ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧିକରଣକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତ ଧନେଶ୍ୱର କହଁର ଟିକାବାଲି ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଥାନାରେ ଏତଲା ହୋଇଥିଲା। ଅଭିଯୋଗ ଆଧାରରେ ପୁଲିସ  ୩୮ /୨୦୨୪ ରେ ଏକ ମାମଲା ରୁଜୁ କରିବା ସହ ଧନେଶ୍ୱରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ଶୁଣାଣି କରି ପୋକ୍ସୋ ଅଦାଲତ ବିଚାରପତି ରାଜେଶ ଦାଶ  ପୀଡିତା ଏବଂ ୧୭ ଜଣ ସାକ୍ଷୀଙ୍କ ବୟାନ ତଥା ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.