ପ୍ରମୂଖ ଖବର
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
  • ||
  • ବାଲେଶ୍ବର ଏଫ୍‌ଏମ୍‌ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା,ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ଚଳନ୍ତା ଅଟୋରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

Published By : Manoj | August 18, 2025 11:46 AM

କଟକ ୧୮/୦୮ କଟକରେ ଚାଞ୍ଚଲ୍ୟ। ଜାତୀୟ ରାଜପଥରେ ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ। ଶିଖରପୁର ନିକଟରେ ଅଟୋ ଚାଳକ ଅସଦାଚରଣ କରିଥିଲେ। ଏହାର ପ୍ରତିବାଦ କରିବାରୁ ନାବାଳିକାକୁ ପେଟ୍ରୋଲ ଢ଼ାଳି ମାରିଦେବାକୁ ଧମକ ଦେଇଥିଲେ। ଏନେଇ ନାବାଳିକା ଜଣକ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ପୁଲିସ ଅଟୋ  ଜବତ କରିବା ସହ ଚାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଭିଯୁକ୍ତଙ୍କ ଘର ସିଆରଆରଆଇ ଅଞ୍ଚଳରେ। ଏଥିସହ ପୁଲିସ ସେହି ଅଞ୍ଚଳର ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ଘଟଣା ଦିନ ପୀଡିତାଙ୍କ ସହିତ ଥିବା ଅନ୍ୟ ଜଣେ ଛାତ୍ରୀଙ୍କୁ ମଧ୍ୟ ଥାନାକୁ ଡକାଯାଇଛି।

ସୂଚନା ଅନୁଯାୟୀ, ଗତ ୮ ତାରିଖରେ ନାବାଳିକା ଜଣକ ଜଗତପୁର ଅଞ୍ଚଳରୁ ତାଙ୍କର ଜଣେ ସାଙ୍ଗଙ୍କ ସହ ବାଦାମବାଡ଼ି ଆସିଥିଲେ। ତେବେ ବାଦାମବାଡ଼ିରୁ କାମ ସାରି ଫେରିବା ବେଳେ ଶିଖରପୁର ନିକଟରେ ଅଟୋ ଚାଳକଙ୍କୁ ପାଣି ମାଗିଥିଲେ। ପାଣି ନଥିବା ଅଟୋ ଚାଳକ କହିଥିଲେ। ସେହି ସମୟରେ ନାବାଳିକ ଙ୍କ ସାଙ୍ଗ ପାଣି ଆଣିବା ପାଇଁ ପଳେଇଥିଲେ । ଆଉ ସେତିକିବେଳେ ଅଟୋ ଚାଳକ ଜଣକ ନାବାଳିକାକୁ ଅସଦାଚରଣ କରିଥିଲେ। ବାରମ୍ବାର ତାଙ୍କୁ ଛୁଇଁବା ପାଇଁ ଚେଷ୍ଟା କରିଥିଲେ। ତେବେ ଏ ନେଇ ନାବାଳିକା ଜଣକ ଚାଉଳିଆଗଞ୍ଜ ଥାନାରେ ଏତଲା ଦେଲା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି। ଏଥି ସହିତ ନାବାଳିକା ପୀଡ଼ିତାଙ୍କ ଡାକ୍ତରୀ ମାଇନା ମଧ୍ୟ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.