ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଇସ୍ରାଏଲର ଏୟାରପୋର୍ଟରେ ମିସାଇଲ୍‌ ମାଡ଼, ଆବୁଧାବିକୁ ଫେରିଲା ଏୟାର ଇଣ୍ଡିଆ ବିମାନ

Published By : Tapas Panda | May 4, 2025 8:53 PM

ନୂଆଦିଲ୍ଲୀ: ଦିଲ୍ଲୀରୁ ଇସ୍ରାଏଲର ତେଲଅଭିଭ ଯାଉଥିବା ଏୟାର ଇଣ୍ଡିଆର ବିମାନକୁ ଆବୁଧାବିକୁ ଡାଇଭର୍ଟ କରାଯାଇଛି । ବିମାନ ଅବତରଣ କରିବାର କିଛି ସମୟ ପୂର୍ବରୁ, ତେଲଅଭିଭ ବିମାନବନ୍ଦର ନିକଟରେ ଏକ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ୟେମେନରୁ କରାଯାଇଥିଲା ବୋଲି କୁହାଯାଉଛି । ଏୟାର ଇଣ୍ଡିଆର ବିମାନ ଏଆଇ ୧୩୯ ତେଲଅଭିଭରେ ଅବତରଣ କରିବା ପାଇଁ ଆଉ ଗୋଟିଏ ଘଣ୍ଟାରୁ କମ୍ ସମୟ ବାକି ଥିଲା।  ଏହି ସମୟେର ୟେମେନ ପକ୍ଷରୁ ବିମାନବନ୍ଦର ନିକଟରେ ମିସାଇଲ ମାଡ କରାଯାଇଥିଲା । ତେବେ ଏହି ସମୟରେ ଏୟାର ଇଣ୍ଡିଆ ବିମାନ ଜୋର୍ଡାନ ଆକାଶ ସୀମାରେ ଥିଲା। ଏହା ପରେ ଏହାକୁ ଡାଇଭର୍ଟ କରାଯାଇଥିଲା ।

ଅନ୍ୟପଟେ କ୍ଷେପଣାସ୍ତ୍ର ଆକ୍ରମଣ ଯୋଗୁଁ ରବିବାର ତେଲଅଭିଭରୁ ଦିଲ୍ଲୀ ଆସିବାକୁ ଥିବା ଏୟାର ଇଣ୍ଡିଆର ବିମାନକୁ ବାତିଲ କରାଯାଇଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି । ୟେମେନରୁ ନିକ୍ଷେପ କରାଯାଇଥିବା ଏକ କ୍ଷେପଣାସ୍ତ୍ର ତେଲଅଭିଭ ବିମାନବନ୍ଦର ନିକଟରେ ପଡ଼ିବା ପରେ ତେଲଅଭିଭ ବିମାନବନ୍ଦରକୁ ବିମାନ ଚଳାଚଳ କିଛି ସମୟ ପାଇଁ ବନ୍ଦ ରହିଥିଲା। 

ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି, ‘ଆଜି ସକାଳେ ବେନ୍ ଗୁରିଅନ୍ ବିମାନବନ୍ଦରରେ ଏହି ଘଟଣା ପରେ ୪ ମେ’ ୨୦୨୫ରେ ଦିଲ୍ଲୀରୁ ତେଲଅଭିଭ ଯାଉଥିବା ଏୟାର ଇଣ୍ଡିଆର ବିମାନକୁ ଆବୁଧାବିକୁ ଡାଇଭର୍ଟ କରାଯାଇଥିଲା। ବିମାନଟି ଆବୁଧାବିରେ ସ୍ୱାଭାବିକ ଭାବରେ ଅବତରଣ କରିଛି ଏବଂ ଶୀଘ୍ର ଦିଲ୍ଲୀ ଫେରିବ । ତଥାପି ଆମର ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତେଲଅଭିଭରୁ ଆମର ବିମାନ ଚଳାଚଳ ମେ ୬, ୨୦୨୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.