ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | April 17, 2025 10:22 AM

ଭୁବନେଶ୍ୱର, ୧୭/୦୪: ଗତ ୧୪ ତାରିଖରୁ ହୋଇଥିଲେ ନିଖୋଜ । ରାସ୍ତା କଡ ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ । ମୃତକ ବସ୍ତମପୁର ଗ୍ରାମର ଭାରତ କହଁର ବୋଲି ଜଣାପଡ଼ିଛି । ତାଙ୍କୁ କେହି ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ ପିଙ୍ଗଲାବେଡା ନିକଟ କୂଅରୁ ମୃତଦେହ ଉଦ୍ଧାର ହୋଇଛି । 

ସୂଚନା ମୁତାବକ, ବସ୍ତମପୁର ଗ୍ରାମର ଭାରତ କହଁର ଗତ ୧୪ ତାରିଖରୁ ମେରୁ ଦେଖିବାକୁ ଯାଇ ଆଉ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ଥାନାରେ ଏତଲା ଦେଇଥିଲେ ପରିବାର ଲୋକେ। ପୋଲିସ ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରିଥିଲା ।  ହେଲେ ଗୁରୁବାର ସକାଳୁ ବାଉଁଶୁଣି ଥାନା ଅନ୍ତର୍ଗତ ପିଙ୍ଗଲାବେଡା ନିକଟସ୍ଥ ଏକ ପରିତ୍ୟକ୍ତ କୂଅରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାଉଁଶୁଣି ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀର ଏକ ଟିମ୍‌ ଆସି ଘଟଣା ସ୍ଥଳରେ ପହଞ୍ଚିଥିଲା । ଅଗ୍ନିଶମ ବାହିନୀର କର୍ମଚାରୀ କୂଅରୁ ମୃତଦେହ ଉଦ୍ଧାର କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ତାଙ୍କୁ କେହି ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.