PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ଶୁଭାରମ୍ଭ ହେଲା ମିଶନ ଶକ୍ତି ସଚେତନତା ରଥ, ଦୁଇ ମାସରେ ପରିକ୍ରମା କରିବ ୮ ବ୍ଲକ୍‌ର ୨୨୫ ପଞ୍ଚାୟତ

ଅନୁଗୁଳ,୨୨ା୧(ବ୍ୟୁରୋ): ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି କରିବା ପାଇଁ ଅନୁଗୁଳ ଜିଲ୍ଲାରେ ଆଜିଠୁ ୩ଟି ମିଶନ ଶକ୍ତି ସଚେତନତା ରଥ ଗଡିଛି । ଜିଲ୍ଲାପାଳ ଅନିଲ୍‌ କୁମାର ସାମଲ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ମିଶନ ଶକ୍ତି କାର୍ଯ୍ୟକ୍ରମର ପ୍ରଚାର ଓ ପ୍ରସାରକୁ ଦୃଷ୍ଟିରେ ରଖି ଗାଁ ଗାଁରେ ଏହି ରଥ ବୁଲିବ ।
ଚଳିତ ମାସ ୧୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟସ୍ତରରେ ଏହି ରଥର ଶୁଭାରମ୍ଭ ହୋଇଥିବା ବେଳେ ଆଜିଠୁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପରିସରରୁ ତିନିଟି ରଥ ଉଦ୍‌ଘାଟିତ ହୋଇଛି । ଏହି ୩ଟି ରଥ ବିଭିନ୍ନ ଗାଁ ପରିକ୍ରମା କରି ମହିଳାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରି ପୁରସ୍କୃତ କରିବ । ଆଜିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମହିଳାମାନଙ୍କର ସାମଜିକ, ଆର୍ଥିକ ଓ ରାଜନୈତିକ ସଶକ୍ତିକରଣରେ ମିଶନ ଶକ୍ତି ତା’ର ଦାୟିତ୍ୱ ସଫଳତାର ସହିତ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ । ସୂଚନାଯୋଗ୍ୟ, ମିଶନ ଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ସରକାର ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ପ୍ରତି ପଞ୍ଚାୟତରେ ମିଶନ ଶକ୍ତ ଗୃହ ନିର୍ମାଣ ଓ ନୂତନ ଭାବେ ଗଢ଼ି ଉଠିତ ମିଶନ ଶକ୍ତି ଗୋଷ୍ଠୀମାନଙ୍କୁ ସିଡ୍‌ ମନି ପ୍ରଦାନ କରାଯାଇଛି । ସେହିପରି ଡିଜିଟାଲ ସଶକ୍ତିକରଣ ପାଇଁ ଆର୍ଥିକ ସହାୟତା ପ୍ରଦାନ ସହ ବ୍ଲକସ୍ତରୀୟ ସଂଘମାନଙ୍କୁ ୨୫ ଲକ୍ଷ ଟଙ୍କା ଦେବା ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି । ଏହି ସବୁ ଯୋଜନା ଯୋଗ୍ୟ ମହିଳା ଗୋଷ୍ଠୀମାନଙ୍କ ନିକଟରେ କିପରି ଉପଲବ୍ଧ ହୋଇପାରିବ, ସେଥିପାଇଁ ଏହି ୩ଟି ସଚେତନତା ରଥ ୮ଟି ବ୍ଲକର ୨୨୫ ଗ୍ରାମ ପଞ୍ଚାୟତରେ ୨ ମାସ ଧରି ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି । ଆଜିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଶତପଥୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଆଲମା ବରୁଆ, ମିଶନ ଶକ୍ତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ବସନ୍ତ ମଲ୍ଲିକ, ଜିଲ୍ଲା ମିଶନ ଶକ୍ତି ସଂଯୋଜିକା ଅନସୂୟା ମିଶ୍ର ଓ ସମାଜ ମଙ୍ଗଳ ବିଭାଗର ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।