ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ

Published By : Prameya | December 2, 2024 8:03 AM

ବ୍ରହ୍ମପୁର, ୦୨/୧୨: ଏମ୍‌କେସିଜି  ମେଡିକାଲ କଲେଜ ଓ ହସ୍‌ପିଟାଲରେରେ  ପୁଣି ରାଗିଂ ଅଭିଯୋଗ । ଏମ୍‌ବିବିଏସ୍‌  ସିନିୟର ପିଲାମାନେ ଜୁନିୟରଙ୍କୁ  ରାଗିଂ କରିଥିବା ନ୍ୟାସନାଲ ମେଡିକାଲ  କାଉନ୍‌ସିଲ୍‌ ଆଣ୍ଟି ରାଗିଂ ସେଲ୍‌କୁ ଇ-ମେଲରେ ଅଭିଯୋଗ  କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ  ସେଲ୍‌ ଏମ୍‌କେସିଜି ଡିନ୍‌ଙ୍କୁ ଏ ନେଇ ଇ-ମେଲ କରିବା ପରେ ଏହାର  ତଦନ୍ତ ଆରମ୍ଭ ହୋଇଛି । ସୋମବାର ଆଣ୍ଟି ରାଗିଂ ସେଲ୍‌ ବୈଠକ ହେବ ବୋଲି କହିଛନ୍ତି  ରେଜିଷ୍ଟ୍ରାର ସଂଗ୍ରାମ ପଣ୍ଡା । ସିନିଅର ପୁଅ ଓ ଝିଅ ମାନେ ଜୁନିୟର ମାନଙ୍କୁ ରାଗିଂ କରି ଖାତା ଲେଖିବାକୁ ଦେଇଛନ୍ତି ବୋଲି ଅଭିଯୋଗ  ହୋଇଛି । ଅଭିଯୋଗ ପାଇବା ପରେ ତଦନ୍ତ  କରାଯାଇଛି । ରିପୋର୍ଟ ଆସିବା ପରେ ସତ୍ୟତା  ଜଣାପଡିବ । ସୋମବାର କଲେଜରେ  ଆଣ୍ଟି ରାଗିଂ ସେଲ ବୈଠକ ରଖାଯାଇଛି । ସେଠାକୁ ଜୁନିୟର ଓ ସିନିୟର ପିଲାଙ୍କୁ  ମଧ୍ୟ ଡକାଯାଇଛି । ବେନାମୀ ଅଭିଯୋଗ  ଥିବାରୁ କିଏ ଅଭିଯୋଗ କରିଛନ୍ତି ତାହା ମଧ୍ୟ ଜଣାପଡୁ ନାହିଁ । ଆଣ୍ଟି ରାଗିଂ ସେଲ ବୈଠକରେ ପିଲାଙ୍କୁ ବ୍ୟକ୍ତିଗତ ଭାବେ ଡାକି ପଚରାଯିବ ବୋଲି ରେଜିଷ୍ଟ୍ରାର କହିଛନ୍ତି । 

ଏମ୍‌କେସିଜିରେ ନଭେମ୍ବର ମାସରେ ୩ଟି  ଅଭିଯୋଗ ହେଲାଣି । ହଷ୍ଟେଲ ଅଭାବରୁ  ଜୁନିୟର ପିଲାଙ୍କୁ ସିନିୟରଙ୍କ ସହ ରଖାଯାଉଛି । ଯାହାଫଳରେ ରାଗିଂ ହେଉଥିବା ଅଭିଯୋଗ  ହେଉଛି । ଗତମାସରେ ରାଗିଂ ଅଭିଯୋଗ  ହୋଇଥିଲା । କୌଣସି ଅଭିଯୋଗକାରୀ ନିଜ ନାମ ପ୍ରକାଶ କରିନଥିଲେ ।  ନିର୍ଯାତନା ଅଧିକ ହେବାରୁ ଜଣେ  ଛାତ୍ର ଓ ଅଭିଭାବକ ଡିନ୍‌ଙ୍କୁ ଲିଖିତ  ଭାବେ ଜଣାଇଥିଲେ । ଏହାର  ତଦନ୍ତ କରି ପାଞ୍ଚ ଜଣ ଛାତ୍ରଙ୍କ ବିରୋଧରେ  କାର୍ଯ୍ୟାନୁଷ୍ଠାନ ହୋଇଛି । ବର୍ଷକ ଭିତରେ ୮ଟି  ରାଗିଂ ଅଭିଯୋଗ ଆସିଥିବା ବେଳେ ଦୁଇଟି ଅଭିଯୋଗରେ ସତ୍ୟତା ଥିବା ଜଣାପଡିଛି ।  ଅନ୍ୟ କୌଣସି ଅଭିଯୋଗରେ ପ୍ରମାଣ ନଥିବାରୁ  କାର୍ଯ୍ୟାନୁଷ୍ଠାନ ହୋଇପାରୁ ନାହିଁ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.