ପ୍ରମୂଖ ଖବର
  • ୭ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ରାଜ୍ୟରେ ଖୋଲିବ ଆଉ ୭ ନର୍ସିଂ କଲେଜ
  • ||
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

'ଏମଏଲଏ ଲ୍ୟାଡ୍' ଓ୍ବେବ ପୋର୍ଟାଲର ଶୁଭାରମ୍ଭ; ସରଳୀକୃତ ହେଲା ସିଏମଏସଏ ଗାଇଡ୍‌ଲାଇନ୍

Published By : Manash Sahoo | August 13, 2025 3:16 PM

ଭୁବନେଶ୍ବର,୧୩/୦୮: ‘ଏମଏଲଏ ଲ୍ୟାଡ୍’ ଓ୍ବେବ ପୋର୍ଟାଲର ଶୁଭ ଉନ୍ମୋଚନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି । ଏହା ସହିତ ସିଏମଏସଏର ସରଳୀକୃତ ଗାଇଡଲାଇନ ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବୁଧବାର କ୍ୟାନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତଙ୍କ ଉପସ୍ଥିତିରେ ଉନ୍ନୋଚିତ ହୋଇଛି ।  ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ବା ଏମଏଲଏ ଲ୍ୟାଡ୍’ ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି ।

 ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ  ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମି ଗୁଡିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ ।  ଏହି ନୂଆ ଗାଇଡଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡିକୁ ଗ୍ରହଣ କରିବାର ବ୍ୟବସ୍ଥା ରହିଛି । ଅନାବଶ୍ୟକ ପ୍ରକଳ୍ପଗୁଡିକୁ ଏଥିରୁ ବାଦ୍‍ ଦିଆଯିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ ପ୍ରକଳ୍ପର ସୁପାରିଶଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ ସମୟ ଅବଧି ୩୦ଦିନ ରଖାଯାଇଛି । ସେହିପରି ସିଏମଏସଏ ଗାଇଡଲାଇନର ମଧ୍ୟ ସରଳୀକରଣ କରାଯାଇଛି । ଏହାଦ୍ୱାରା ପ୍ରକଳ୍ପ ଗୁଡ଼ିକ ତ୍ୱରାନ୍ୱିତ ଭାବେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଥିଲେ। ଏହି ନୂତନ  ‘ଏମଏଲଏ ଲ୍ୟାଡ୍ ୱେବ ପୋର୍ଟାଲ’ରେ  ବିଧାୟକ ମାନଙ୍କ ଦ୍ବାରା ପ୍ରକଳ୍ପ ସୁପାରିଶ, ପ୍ରକଳ୍ପ ଆବଶ୍ୟକତାର ତର୍ଜମା, ଯୋଜନା ଓ ବ୍ୟୟ ଅଟକଳ ପ୍ରସ୍ତୁତି, ପ୍ରକଳ୍ପର ଅନୁମୋଦନ, କାର୍ଯ୍ୟାଦେଶ, ତଦାରଖ, ନିରୀକ୍ଷଣ, ବ୍ୟୟ ଓ କାର୍ଯ୍ୟ ସମ୍ପାଦନ ଆଦି ନିର୍ଦ୍ଧାରିତ ସମୟରେ ସମ୍ପାଦନ କରାଯାଇପାରିବ। 

ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ ସୁପାରିଶ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ ଓ ଜନସାଧାରଣଙ୍କ ପାଇଁ ଯୋଜନା ସମ୍ୱନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ । ଏହା ସହିତ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ଵାରା ସୁପାରିଶ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ।

ସୂଚନା ଯୋଗ୍ୟ ଯେ, ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି’ ଯୋଜନା ୧୯୯୭-୯୮ରୁ ଆରମ୍ଭ ହୋଇ ଜନସାଧାରଣଙ୍କ ଛୋଟ ଛୋଟ କିନ୍ତୁ ନିତ୍ୟାନ୍ତ ଆବଶ୍ୟକୀୟ ଭିତ୍ତିଭୂମି ଗଠନ କରିବାରେ ଏକ ମଜବୁତ୍ ମାଧ୍ୟମ ହୋଇପାରିଛି । ପର୍ଯ୍ୟାୟକ୍ରମେ, ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ଏହି ଅନୁଦାନ ୫ଲକ୍ଷରୁ ୩ କୋଟି ଟଙ୍କାକୁ ବୃଦ୍ଧି ପାଇ, ୨୦୨୫-୨୬ ଆର୍ଥିକ ବର୍ଷରେ ଏହା ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ୫ କୋଟି ଟଙ୍କା ହିସାବରେ ବ୍ୟୟ ବରାଦ କରାଯାଇଅଛି।

 ଏହି ନୂତନ ଗାଇଡଲାଇନ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ କରାଯାଇଛି । ଏଥିପାଇଁ ବିଧାନସଭା କମିଟି ସଦସ୍ୟ ଓ ମାନ୍ୟବର ବିଧାୟକମାନଙ୍କ ପରାମର୍ଶ ନିଆଯାଇଛି, ପଡୋଶୀ ରାଜ୍ୟ ଗୁଡିକର ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀ’ର ଅଧ୍ୟୟନ କରାଯାଇଛି ଏବଂ କ୍ଷେତ୍ର ସ୍ତରରେ ଉପୁଜୁଥ‌ିବା ସମସ୍ୟାଗୁଡିକର ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ଏହି ପ୍ରକ୍ରିୟାରେ ସଂଶ୍ଲିଷ୍ଟ ସମସ୍ତ ମନ୍ତ୍ରୀ, ବିଧାୟକ ଏବଂ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏହି ନୂତନ ସରଳୀକୃତ ଗାଇଡ୍‌ଲାଇନ ଓ ୱେବ୍ ପୋର୍ଟାଲ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ଉପସ୍ଥିତ ଥିଲେ

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.