ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପାରିବାରିକ କଳହରୁ ଦମ୍ପତ୍ତିଙ୍କ ଆତ୍ମହତ୍ୟା, ସ୍ମାର୍ଟ ଫୋନ୍ ପାଇଁ ହୋଇଥିଲା ଝଗଡ଼ା

Published By : Prameya | November 21, 2024 2:25 PM

ବାଲିଗୁଡ଼ା ୨୧/୧୧: ଯୌତୁକ ମୋବାଇଲ ହେଲା କାଳ। ପାରିବାରିକ କଳହ ଯୋଗୁ ଆତ୍ମହତ୍ୟା କଲେ ଦମ୍ପତ୍ତି। ଏଭଳି ଅଭାବନୀୟ ଘଟଣା ବାଲିଗୁଡା ଥାନା ବୁଡୁରୁକିଆ ପଞ୍ଚାୟତର ମଝିସାହିରେ ଘଟିଛି। ଯାହାକୁ ନେଇ ଗାଁ‌ରେ ଶୋକର ଛାୟା ଖେଳିଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚ ମୃତଦେହ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାଇ, ପ୍ରମୋଦ ମଲିକ ଗତ ୨ ବର୍ଷ ହେବ ପୁଆରୀ ମଲିକଙ୍କୁ ବିବାହ କରିଥିଲେ। ବିବାହ ସମୟରେ ନିଜ ବାପା ଘରୁ ପୁଆରୀ ଏକ ମୋବାଇଲ ଆଣିଥିଲେ। କିନ୍ତୁ ପ୍ରମୋଦ ମୋବାଇଲକୁ ବନ୍ଧା ରଖିବା ପରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା । ଯାହାକୁ କେନ୍ଦ୍ର କରି ସ୍ତ୍ରୀ ପୁଆରୀ ମଲିକ ପ୍ରଥମେ ଆତ୍ମହତ୍ୟା କରିଥିଲେ । ପରେ ସ୍ୱାମୀ ପ୍ରମୋଦ ମଧ୍ୟ ନିଜକୁ ସହ୍ୟ କରି ନ ପାରି ଅନ୍ୟ ଏକ କୋଠରୀ ଝୁଲିପଡିଥିଲେ। ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମାଝୀଷ୍ଟ୍ରେଟଙ୍କ ଉପସ୍ଥିତରେ ବନ୍ଦ ଘରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି । ଏ ନେଇ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ବାଲିଗୁଡା ପୋଲିସ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.