ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଓଲଟିଲା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ଗାଡି, ଡ୍ରାଇଭର ଗୁରୁତର

ଚନ୍ଦାହାଣ୍ଡି ,୨୯।୮ - ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି    ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର  ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ଡ୍ରାଇଭର  ପ୍ରଦୀପ ପୂଜାରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ଡ୍ରାଇଭରଙ୍କୁ ନବରଙ୍ଗପୁର ପଠାଯାଇଛି। 

ଗୁରୁବାର ସକାଳେ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା (ଏମ ଏଚ ୟୁ ) ଗାଡିରେ ଡାକ୍ତର ବସନ୍ତ କୁମାର ଷଡ଼ଙ୍ଗୀ, ଫାର୍ମାସିଷ୍ଟ ରମେଶ ଦାଶ ଏବଂ ଆଣ୍ଟେଣ୍ଡାଣ୍ଟ ବାଳ ଗୋବିନ୍ଦ ମାଝିl  ଗ୍ରାମାଞ୍ଚଳ ଚିକିତ୍ସା ପାଇଁ    ଗାଡିରେ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ର ରୁ ମାଲଗାଁ ଅଭିମୁଖେ ବାହାରି ଥିଲେ l ଚନ୍ଦାହାଣ୍ଡି ଠାରୁ  ୨  କି ମି ଦୂର ସେମଲାଗୁଡା ଛକ ଠାରେ ଡ୍ରାଇଭର ପ୍ରଦୀପ ପୂଜାରୀ ଙ୍କ  ଅନ୍ୟମନସ୍କ ଯୋଗୁଁ ଗାଡି ଭାରସାମ୍ୟ ହରାଇ ଓଲଟି ପଡି ଥିଲା l ଏଥିରେ ଡ୍ରାଇଭର ଗୁରୁତର ହୋଇ ପଡି ଥିବା ବେଳେ  ଡାକ୍ତର ଓ ଫାମାସିଷ୍ଟ ସାମାନ୍ୟ ଆହତ ହୋଇ ଥିଲେ l   ପାଖରେ ଥିବା ଲୋକେ ସେମାନଙ୍କୁ   ଉଦ୍ଧାର କରିବା ସହ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଚନ୍ଦାହାଣ୍ଡି ଗୋଷ୍ଠୀ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତୀ କରି ଥିଲେ l  ସେଠାରେ ଡାକ୍ତର  ସନ୍ଦିପ କୁମାର ଶତପଥି   ପ୍ରାଥମିକ ଚିକିତ୍ସା ପରେ  ଡ୍ରାଇଭର  ପ୍ରଦୀପଙ୍କୁ ଜିଲ୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.