ପ୍ରମୂଖ ଖବର
  • ରାୟଗଡ଼ା: ଏଏନଏମଙ୍କ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ମହିଳା ଗିରଫ
  • ||
  • ଗଞ୍ଜାମ : ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର
  • ||
  • ସୁବର୍ଣ୍ଣପୁର: ବାରମ୍ୱାର ଅଭିଯୋଗ ସତ୍ତ୍ୱେ ଜମିରେ ଖୋଳା ହେଉନି ବୋରୱେଲ୍‌, ଉଠା ଜଳସେଚନ କାର୍ଯ୍ୟାଳୟ ବାରଣ୍ଡାରେ ଚାଷୀଙ୍କ ଧାରଣା
  • ||
  • କଂଗ୍ରେସର ସବୁ ବିଧାୟକ ସସପେଣ୍ଡ୍, ତାରା ବାହିନୀପତି ଓ ରମେଶ ଜେନା ୭ ଦିନ ପାଇଁ ଗୃହରୁ ନିଲମ୍ଵିତ
  • ||
  • ବିଧାନସଭାରେ ହାଇଡ୍ରାମା: ଗେଟ୍‌ ଭାଙ୍ଗି ଭିତରକୁ ପଶିଲେ ବିରୋଧୀ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି
  • ||
  • ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ନୟାଗଡ : ଧାନଚେଙ୍ଗଡ଼ା ଡବଲ ମର୍ଡର ଘଟଣା, ଅଭିଯୁକ୍ତ ବାପାକୁ ଧରି ସିନ୍‌ ରିକ୍ରିଏସନ୍‌ କରୁଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ବର୍ଷା ହେଲେ ବଡ଼ଦାଣ୍ଡରେ ଭାସୁଛି ପଙ୍କ: ନଳା ପାଣି ମାଡ଼ି ଶ୍ରୀମନ୍ଦିର ଗଲେ ଭକ୍ତ, ସଫା ହେଲା ପରିକ୍ରମା ମାର୍ଗ ଭୂତଳ ନଳା
  • ||
  • କଟକ : ସରିଗଲା ଶିକ୍ଷା ବର୍ଷ: ମିଳିଲାନି ବହି, ବିନା ବହିରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ
  • ||

ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର, ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଦେଲେ ଅପରାଜିତା

Published By : Harapriya Sethi | March 13, 2025 11:03 AM

ଭୁବନେଶ୍ୱର,୧୩/୦୩: ଭୁବନେଶ୍ୱରରେ ସ୍ଥାପନ ହେବାକୁ ଯାଉଛି ୫୦ କୋଟି ଟଙ୍କା ବ୍ୟୟବରାଦରେ ଏକ ଆଧୁନିକ ମାଛ ମାର୍କେଟ୍ । ଉତ୍ତର ଭୁବନେଶ୍ୱର ପାଣ୍ଡେରା ଅଞ୍ଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୨୦୨୪ ସେପ୍ଟେମ୍ବର ମାସରେ ଭୁବନେଶ୍ୱର ସାଂସଦ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ସବିଶେଷ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ସହମତି ପରେ ଏହି ପ୍ରକଳ୍ପ କେନ୍ଦ୍ରକୁ ଯାଇଥିଲା । 

ଖୁସିର କଥା ଯେ, କେନ୍ଦ୍ର ମତ୍ସ୍ୟ ଓ ପଶୁ ପାଳନ, ଡାଏରୀ ଗଭର୍ଣ୍ଣମେଣ୍ଟ ଅଫ୍ ଇଣ୍ଡିଆ ଏହି ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି । ପାଣ୍ଡେରା ନିକଟରେ ୫.୮୦ ଏକର ଜମିରେ ଏହି ଆଧୁନିକ ମାଛ ମାର୍କେଟ ସ୍ଥାପନ କରାଯିବ। ଏଥିପାଇଁ ୫୦ କୋଟିର ଅନୁଦାନ ମଞ୍ଜୁର କରିଛନ୍ତି । ଏହି ଅବସରରେ ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।

ଦେଶୀ ବନ୍ଧୁକ କାରଖାନାରେ ରେଡ୍‌, ୪ ଗିରଫ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.