ପ୍ରମୁଖ ଖବର
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ଭୁବନେଶ୍ବରରେ ପହଞ୍ଚିଲେ ମୋଦୀ, ରାମମନ୍ଦିରରୁ ବାଣୀବିହାର ଯାଏଁ କରିବେ ରୋଡ଼ ସୋ

ଭୁବନେଶ୍ବର, ୧୦/୫ : ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ସିଧାସଳଖ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଯିବେ । ଏହାପରେ ପ୍ରଧାନମନ୍ତ୍ରୀ ରାମମନ୍ଦିରଠାରୁ ବାଣୀବିହାର ଯାଏ ରୋଡ଼ ସୋ କରିବାର କାର୍ଯ୍ୟକ୍ରମ ରହିଛି । ମୋଦୀଙ୍କ ଝଲକ ପାଇଁ ଜନପଥ ଲୋକାରଣ୍ୟ ହୋଇଯାଇଛି। ଏହାକୁ ନେଇ ମାଷ୍ଟରକ୍ୟାଣ୍ଟିନ ଛକଠାରୁ ବାଣୀବିହାର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା ପୁରା କଡ଼ାକଡ଼ି କରାଯାଇଛି । 

ପ୍ରକାଶ ଯେ, ରାଜ୍ୟ ବିଜେପି ଶିବିର ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇଉଠିଛି । ନିର୍ବାଚନ ଆଗକୁ ଥିବାରୁ ପ୍ରଧାନମନ୍ତ୍ରୀଙ୍କ ଏହି ଓଡ଼ିଶା ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.