ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଭୁବନେଶ୍ବରରେ ପହଞ୍ଚିଲେ ମୋଦି, ୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

Published By : Gurupada Nath | November 29, 2024 4:44 PM

ଭୁବନେଶ୍ବର, ୨୯/୧୧ :  ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓହ୍ଲାଇବା ପରେ ପିଏମ୍ ମୋଦିଙ୍କୁ ଭଗ୍ୟ ସ୍ୱାଗତ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ, ବିଜେପି ରାଜ୍ୟସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ । 

କାର୍ଯ୍ୟସୂଚୀ ଅନୁସାରେ, ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନ ବନ୍ଦର କ୍ୟାମ୍ପସ୍‌ ପାଖରେ ପ୍ରଧାନମନ୍ତ୍ରୀ ମୋଦି ଏକ ସଭାକୁ ସମ୍ୱୋଧନ କରିବେ । ସେଠାରୁ ପ୍ରଧାନମନ୍ତ୍ରୀ ରାଜଭବନ ଯିବେ । କିଛି ସମୟ ପରେ ସନ୍ଧ୍ୟା ସାଢ଼େ ୬ଟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । ଦଳୀୟ କାର୍ଯ୍ୟାଳୟରେ ୨ ଘଣ୍ଟା ରହି ସାଂସଦ ଓ ବିଧାୟକଙ୍କ ଆଲୋଚନା କରିବା ସହ ରିପୋର୍ଟ କାର୍ଡ ନେଇପାରନ୍ତି ।   

ଗତ ୫ ମାସରେ ସେମାନଙ୍କ ପ୍ରଦର୍ଶନ ସଂପର୍କରେ ଆଲୋଚନା କରିବେ । ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ପଦାଧିକାରୀଙ୍କ ସହ ରାତ୍ରୀଭୋଜନ ସାରି ରାଜଭବନ ଯାଇ ରାତ୍ରୀଯାପନ କରିବେ । ପିଏମ୍ ମୋଦି ୩୦ ତାରିଖ ସକାଳ ସାଢେ ୮ରୁ ସନ୍ଧ୍ୟା ୮ଟା  ଏବଂ ୧ ତାରିଖ ସକାଳ ସାଢେ ୮ରୁ ଅପରାହ୍ଣ ସାଢେ  ୪ଟା ଯାଏଁ ଡିଜି-ଆଇଜି ସମ୍ମିଳନୀରେ ଉପସ୍ଥିତ ରହିବେ ।  

ପ୍ରକାଶ ଯେ, ପ୍ରଥମ ଥର ପାଇଁ ଓଡିଶାରେ ଆୟୋଜିତ ହେଉଛି ୩ ଦିନିଆ ଡିଜି-ଆଇଜି ସମ୍ମିଳନୀ । ଶୁକ୍ରବାର ଅପରାହ୍ଣରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହାକୁ ଉଦ୍‌ଘାଟନ କରିଛନ୍ତି । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍‌ ମଧ୍ୟ ସାମିଲ ହୋଇଛନ୍ତି । ତିନି ଦିନ ଧରି ଲୋକସେବା ଭବନରେ ଏହି ସମ୍ମିଳନୀ ଚାଲିବ । ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ, ଗଞ୍ଜେଇ ଓ ବ୍ରାଉନସୁଗର କାରବାର, ଏଆଇ ଟେକ୍ନୋଲୋଜି, ଜେଲ୍‌ ସଂସ୍କାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ଆଲୋଚନା ହେବ ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.