ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ଓଡ଼ିଶାର ପଞ୍ଚଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋହନ ଚରଣ ମାଝୀ; କେ.ଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨/୦୬: ଓଡ଼ିଶାର ନୂଆ ତଥା ପଞ୍ଚଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ଏଥିସହିତ ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ଶପ‌ଥ ଗ୍ରହଣ କରିଛନ୍ତି। ବୁଧବାର ଭୁବନେଶ୍ବରର ଜନତା ମୈଦାନ ଠାରେ ଆୟୋଜିତ ଭବ୍ୟ ଶପ‌ଥ ଗ୍ରହଣ ସମାରୋହରେ ରାଜ୍ୟପାଳ ରଘୁବର ଦାସ ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ଶପଥ ପାଠ କରାଇଥିଲେ। ଶପଥ ଗ୍ରହଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବାଶର୍ମା, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା,ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନା‌ଥ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଓ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ବିଜେପିର ବରିଷ୍ଠ ନେତୃତ୍ବମାନେ ଉପସ୍ଥିତ ଥିଲେ।

ଏମାନଙ୍କ ମଧ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ାର ନବ ନିର୍ବାଚିତ ସାଂସଦ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପ୍ରମୁଖ ଉପସ୍ଥିତ ଥିଲେ। କେବଳ ଏତିକି ନୁହଁନ୍ତି ବରଂ ବୁଧବାର ସକାଳେ ରାଜ୍ୟ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଥିଲା। ତେବେ ନିମନ୍ତ୍ରଣ ରକ୍ଷା କରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଶପ‌ଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି। 


ତେବେ ଏହାରି ଭିତରେ ନୂଆ ସରକାରର ମନ୍ତ୍ରୀମାନେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଏମାନଙ୍କ ମଧ୍ୟରେ କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୁଜାରୀ (ବ୍ରଜରାଜନଗର), ରବିନାରାୟଣ ନାୟକ (କୁଚିଣ୍ଡା), ନିତ୍ୟାନନ୍ଦ ଗଣ୍ଡ (ଉମରକୋଟ) , କୃଷ୍ଣଚନ୍ଦ୍ର ପାତ୍ର (ଢେଙ୍କାନାଳ), ପୃଥ୍ବୀରାଜ ହରିଚନ୍ଦନ (ଚିଲିକା), ଡଃ ମୁକେଶ ମହାଲିଙ୍ଗ (ଲୋଇସିଂହା), ବିଭୁତି ଭୁଷଣ ଜେନା (ଗୋପାଳପୁର) ଓ କୃଷ୍ଣଚନ୍ଦ୍ର ମହାପାତ୍ର (ମୋରଡ଼ା) କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସେହିପରି ଭାବେ ଗଣେଷ ରାମସିଂହ ଖୁଣ୍ଟିଆ (ଯଶୀପୁର), ସୂର୍ଯ୍ୟବଂଶୀ ସୁରଜ (ଧାମନଗର), ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲିକ ଏବଂ ସମ୍ପଦ କୁମାର ସ୍ବାଇଁ ରାଷ୍ଟ୍ର ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

କହିରଖୁଛୁ ଯେ, ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ବିଜେପି ସରକାର ଗଢ଼ିଛି। ଚଳିତ ନିର୍ବାଚନରେ ରାଜ୍ୟରେ ବିଜେପି ୧୪୭ ଆସନରୁ ୭୮ଟି ଆସନ ପାଇଥିଲା ଏବଂ ଲୋକସଭାରେ ୨୧ଟିରୁ ୨୦ଟିରେ ବିଜୟୀ ହୋଇଥିଲା। ତେବେ ବିଜୟ ପରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ଲାଗିରହି‌ଥିଲା। ଏନେଇ ମଙ୍ଗଳବାର  ରାଜ୍ୟ ବିଜେପି କାର୍ଯ୍ୟଳୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିବା ବେଳେ କେ ଭି ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ଡେପୁଟି ସିଏମ୍‌ ଭାବେ ମନୋନିତ କରାଯାଇଥିଲା। ବୁଧବାର ଏହି ତିନି ପ୍ରମୁଖ ନେତା ଶପଥ ଗ୍ରହଣ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.