ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ରାଜ୍ୟପାଳଙ୍କୁ ଭେଟି ନୂତନ ସରକାର ଗଠନ ପାଇଁ ଦାବି ଜଣାଇଲେ ମୋହନ ମାଝୀ

ଭୁବନେଶ୍ବର, ୧୧।୬ ବିଜେପି ବିଧାୟକ ଦଳ ନେତା ଭାବେ ମୋହନ ମାଝୀ ଚୟନ ହେବା ପରେ ରାଜ୍ୟପାଳଙ୍କୁ ଭେଟିଛନ୍ତି। ଏଥିସହ ନୂତନ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ମୋହନଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ଉପସ୍ଥିତ ଅଛନ୍ତି। ଏଥିସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ , ଭୂପେନ୍ଦ୍ର ଯାଦବ, ପ୍ରଭାରୀ ବିଜୟ ପାଲ ସିଂ ତୋମାର,  କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ମୋହନ ମାଝି ରାଜ୍ୟପାଳଙ୍କୁ ୮୧ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ବିଜେପି ବିଧାୟକ ୭୮ ଓ ୩ ସ୍ବାଧୀନ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ରାଜଭବନରେ ଏହି ୩ ସ୍ବାଧୀନ ବିଧାୟକ ବି ଉପସ୍ଥିତ ଥିଲେ।ବୁଧବାର ଜନତା ମଇଦାନରେ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ଓ ୨ ଉପ ମୁଖ୍ୟମନ୍ତ୍ରୀ ଶପଥ ଗହଣ କରିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.