ପ୍ରମୂଖ ଖବର
  • ଜମ୍ମୁ-କାଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲିକଙ୍କ ଦେହାନ୍ତ, ଦିଲ୍ଲୀ ଆର୍ଏମ୍ଏଲ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ଯାଜପୁର: ଜବାବ ଦେଇ ଜବାବ ରଖିଲେ ଯାତ୍ରା କଳାକାର; ପାର୍ଟି ମାଲିକଙ୍କୁ ଫେରାଇଲେ ଅଗ୍ରୀମ ଟଙ୍କା
  • ||
  • କାମ କରିନପାରିଲେ ବିଦା ହେବେ ଅପାରଗ : ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଚିଠି, ୭ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ
  • ||
  • ଦିଲ୍ଲୀ ଯିବେ ମୋହନ-ମନମୋହନ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଆସିପାରେ ବଡ଼ ଖବର
  • ||
  • ନୂଆଦିଲ୍ଲୀ : ୪୦ ଦିନିଆ ପାରୋଲରେ ବାବା ରାମ ରହିମ୍, ଅଗଷ୍ଟ ୧୫ରେ ପାଳିବେ ଜନ୍ମଦିନ
  • ||
  • ଖଲ୍ଲିକୋଟ :ମାଟିଆ ସାହି ଛକ ନିକଟରେ ୨ ଯୁବକଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି
  • ||
  • ବଳପୂର୍ବକ କ୍ଷମତା କବଜା ଅଭିଯୋଗରେ ବ୍ରାଜିଲ୍ ପୂର୍ବତନ ରାଷ୍ଟ୍ରପତି ବୋଲୋସୋନାରୋ ଗୃହବନ୍ଦୀ
  • ||
  • କଟକ: ବିଳମ୍ବିତ ରାତିରେ କଟକ ନୂଆ ବଜାରରେ ଗୁଳିମାଡ଼, ଯୁବକ ଗୁରୁତର
  • ||
  • ୧୩ରେ ଘୂର୍ଣ୍ଣିବଳୟ, ୧୪ରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅନୁମାନ: ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ
  • ||

ଦିଲ୍ଲୀ ଯିବେ ମୋହନ-ମନମୋହନ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଆସିପାରେ ବଡ଼ ଖବର

Published By : Rasmita Pradhan | August 5, 2025 11:32 AM

ଭୁବନେଶ୍ୱର ୦୫।୦୮: ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ। ବିଶେଷ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ବିଭିନ୍ନ ନିଗମ ଓ ବୋର୍ଡର ଅଧ୍ୟକ୍ଷ ପଦବୀ ପୂରଣ ଉପରେ ଆଲୋଚନା ହୋଇପାରେ। ଏନେଇ ଚର୍ଚ୍ଚା ହେଉଛି। 

ସୂଚନା ଥାଉକି, ଗତ ୨୨ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଥିଲେ। ସଙ୍ଗଠନ ସ୍ଥିତି ଏବଂ ବୋର୍ଡ ଓ ନିଗମ ପଦବୀ ପୂରଣ ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିଥିଲେ। ଦିଲ୍ଲୀରୁ ଫେରିବା ପରେ ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବ ବୋଲି କହିଥିଲେ। ସେ କହିଥିଲେ ଯେ, ପ୍ରଥମେ ସଂଗଠନ, ବୋର୍ଡ, ନିଗମର ଚୟନ କରାଯିବ । ଆଉ ପରେ ମନ୍ତ୍ରିମଣ୍ଡଳ ନେଇ ଆଲୋଚନା ହେବ । ଯୋଗ୍ୟତା, ଦକ୍ଷତା ଏବଂ ଅଭିଜ୍ଞତା ଆଧାରରେ ମନ୍ତ୍ରିମଣ୍ଡଳରେ ଯାହାକୁ ଯାହା ଦାୟିତ୍ୱରେ ଦିଆଯାଇଛି, ସେ ତାହାକୁ ସେ ଠିକ୍ ଭାବେ ନିର୍ବାହ କରୁଛନ୍ତି । ମନ୍ତ୍ରିମଣ୍ଡଳ ନେଇ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.