ପ୍ରମୂଖ ଖବର
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଫେବ୍ରୁଆରୀ ୧୩ରୁ ବିଧାନସଭା, ୧୭ରେ ବଜେଟ ଉପସ୍ଥାପନ କରିବେ ମୋହନ ସରକାର

Published By : Rasmita Pradhan | January 22, 2025 8:03 AM

ଭୁବନେଶ୍ୱର, ୨୨/୦୧ : ଫେବ୍ରୁଆରୀ ୧୩ରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଫେବ୍ରୁଆରୀ ୧୭ରେ ବଜେଟ ଉପସ୍ଥାପନ କରିବେ ମୋହନ ସରକାର । ପ୍ରଥମ ଦିନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପତି ଅଭିଭାଷଣ ରଖିବେ। ଚଳିତ ଅଧିବେଶନରେ ଦୁଇଟି ପର୍ଯ୍ୟାୟରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୧୩ରୁ ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ରହିଛି । 

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରଙ୍କ ପାଇଁ ଏହା ହେବ ତୃତୀୟ ଅଧିବେଶନ। ଏଥର ବଜେଟରେ ମୋହନ ସରକାର କ’ଣ ନୂଆ କାର୍ଯ୍ୟକ୍ରମ ଓ ଘୋଷଣା କରିବେ, ତାହା ଉପରେ ସଭିଙ୍କ ନଜର ରହିଛି । ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ହେବା କାର୍ଯ୍ୟକ୍ରମ ରହିଛି। ଫେବ୍ରୁଆରୀ ୧୪ ଓ ୧୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ଅଛି । ୨୦ ଓ ୨୧ ତାରିଖରେ ସାଧାରଣ ବଜେଟ ଉପରେ ଆଲୋଚନା ହେବ । 

ଏହି ଖବରଟିକୁ ପଢନ୍ତୁ-ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜଳହସ୍ତୀ ଶାବକ ମୃତ

ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଆରମ୍ଭ ହେବ । ସେଦିନ ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ । ମାର୍ଚ୍ଚ ୧୦ରୁ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ । ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ମାର୍ଚ୍ଚ ୧୪, ୧୫ ଛୁଟି ରହିବ । ୨୮ ତାରିଖରେ ଶେଷ ଖର୍ଚ୍ଚ ଦାବି ଆଲୋଚନା ହେବ । ମାର୍ଚ୍ଚ ୨୯ରେ ବ୍ୟୟମଞ୍ଜୁରୀ ବିଲ୍‌ ଆଗତ ହେବ । ମାର୍ଚ୍ଚ ୩୦ ରବିବାର ଓ ୩୧ ଇଦ୍‌ ଉଲ୍‌ ଫିତର ଏବଂ ଏପ୍ରିଲ ୧ ଉତ୍କଳ ଦିବସ ଛୁଟି ରହିଛି । ତା’ପରେ ଏପ୍ରିଲ ୨ରୁ ୫ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.